Report Card Odisha

| Daily Odia News

ଡି.ଏ.ଭି ପବ୍ଲିକ ସ୍କୁଲ କଳିଙ୍ଗ ନଗରଠାରେ ଉତ୍କଳ ଦିବସ ପାଳିତ…..

ରିପୋର୍ଟ କାର୍ଡ / ଭୁବନେଶ୍ୱର

ଡି.ଏ.ଭି ପବ୍ଲିକ ସ୍କୁଲ କଳିଙ୍ଗ ନଗରଠାରେ ପବିତ୍ର ୮୭ତମ ଉତ୍କଳ ଦିବସ ପାଳିତ ହୋଇଯାଇଛି । ଏହି ଉତ୍ସବର ପ୍ରାରମ୍ଭରେ ଶିକ୍ଷକ ଶିକ୍ଷୟିତ୍ରୀ ମାନଙ୍କ ଦ୍ୱାରା ‘ବନ୍ଦେ ଉତ୍କଳ ଜନନୀ’ ସଙ୍ଗୀତ ଗାନ ସହ ଉତ୍କଳର ବରପୁତ୍ରମାନଙ୍କ ଫଟୋଚିତ୍ରରେ ପୁଷ୍ପମାଲ୍ୟ ପ୍ରଦାନ ପୂର୍ବକ ଶ୍ରଦ୍ଧାସୁମନ ଅର୍ପଣ କରାଯାଇଥିଲା । ଏହି ଅବସରରେ ବିଦ୍ୟାଳୟର ଅଧ୍ୟକ୍ଷ ଶ୍ରୀଯୁକ୍ତ ବିପିନ କୁମାର ସାହୁ ଓଡିଶାକୁ ଏକ ସମୃଦ୍ଧ ଓ ବିକଶିତ ରାଜ୍ୟରେ ପରିଣତ କରିବା ପାଇଁ ପ୍ରତ୍ୟେକ ଓଡିଆଙ୍କ ଦାୟିତ୍ୱ ଓ କ ର୍ବ୍ୟ ବିଷୟରେ ସୂଚାଇ ଦେଇଥିଲେ । ଏଥିସହିତ ଯୁବପିଢିମାନଙ୍କୁ ମାତୃଭୂମି ଓ ମାତୃଭାଷାର ଗୈାରବ ବର୍ଦ୍ଧନ କରିବା ପାଇଁ ପ୍ରଚେଷ୍ଟା ଜାରି ରଖିବାକୁ ଆହ୍ୱାନ ଦେଇଥିଲେ । ବିଦ୍ୟାଳୟର ଛାତ୍ରଛାତ୍ରୀ ମାନଙ୍କଦ୍ୱାରା ଅଭିଭାଷଣ, ସ୍ୱରଚିତ କବିତା ପାଠ, ଦଳଗତ ନୃତ୍ୟ ପରିବେଷଣ ଇତ୍ୟାଦି କାର୍ଯ୍ୟକ୍ରମମାନ ଆୟୋଜନ କରାଯାଇଥିଲା । ଛାତ୍ରଛାତ୍ରୀମାନେ ଓଡିଶାର ମହାନ ସଂସ୍କ୍‌ୃତି ଓ ପରମ୍ପରା ସହ ପରିଚିତ ହେବା ପାଇଁ ଓଡିଆ ଭାଷା ସାହିତ୍ୟ ବିଭାଗ ତରଫରୁ ଏକ କୁଇଜ ପ୍ରତିଯୋଗିତାର ଆୟୋଜନ କରାଯାଇଥିଲା । ଛାତ୍ରଛାତ୍ରୀ ତଥା ଅଭିଭାବକମାନଙ୍କ ଅବଗତି ନିମନ୍ତେ ସମ୍ପୂର୍ଣ୍ଣ କାର୍ଯ୍ୟକ୍ରମକୁ ୟୁଟୁବ୍ ମାଧ୍ୟମରେ ସିଧା ପ୍ରସାରଣ କରାଯାଇଥିଲା ।

 

Breaking News