ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆଜିଠାରୁ ‘ଉତ୍କର୍ଷ ଓଡ଼ିଶା-ମେକ୍ ଇନ୍ ଓଡ଼ିଶା’ କନକ୍ଲେଭର ଆୟୋଜନ ହେଉଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହି କନକ୍ଲେଭକୁ ବିଧିବଦ୍ଧ ଭାବେ ଉଦଘାଟନ କରିବେ। ୨୦ଟି ଦେଶର ପ୍ରତିନିଧି ଓ ୧୨ଟି ରାଷ୍ଟ୍ରର ନିବେଶକଙ୍କ ଉପସ୍ଥିତିରେ ଆରମ୍ଭ ହେଉଥିବା ଏହି କନକ୍ଲେଭରେ ପ୍ରଧାନମନ୍ତ୍ରୀ ମୋଦି ପ୍ରାୟ ଦେଢ଼ଘଣ୍ଟା ଧରି ରହିବାର କାର୍ଯ୍ୟକ୍ରମ ରହିଛି । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି କନକ୍ଲେଭ ମାଧ୍ୟମରେ ଓଡ଼ିଶାକୁ ଆଉ ୫ଲକ୍ଷ କୋଟି ଟଙ୍କାର ନିବେଶ ଆସିବ ବୋଲି ଆଶାବ୍ୟକ୍ତ କରିଛନ୍ତି। ସୂଚନା ଅନୁସାରେ, ଭୁବନେଶ୍ୱରର ଜନତା ମଇଦାନଠାରେ ଉତ୍କର୍ଷ ଓଡ଼ିଶା କନକ୍ଲେଭକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦିନ ୧୧ଟାରେ ଆନୁଷ୍ଠାନିକ ଉଦଘାଟନ କରିବେ । ପ୍ରଧାନମନ୍ତ୍ରୀ ମୋଦି ବାୟୁସେନାର ସ୍ୱତନ୍ତ୍ର ବିମାନରେ ଆଜି ଦିନ ୧୦ଟଠା ୩୫ମିନିଟରେ ଭୁବନେଶ୍ୱର ବିମାନ ବନ୍ଦରରେ ପହଂଚିବା ପରେ ସେଠାରୁ ସିଧାସଳଖ ଜନତା ମଇଦାନ ଯିବେ। ସେଠାରେ ସାଢ଼େ ୧୨ଟା ପର୍ଯ୍ୟନ୍ତ ରହିବେ । ଦିନ ୧୨ଟା ୫୫ମିନିଟରେ ଭୁବନେଶ୍ୱର ବିମାନ ବନ୍ଦରରୁ ଡେରାଡୁନ୍ ଅଭିମୁଖେ ଯାତ୍ରା କରିବାର କାର୍ଯ୍ୟକ୍ରମ ରହିଛି । କେବଳ ଉତ୍କର୍ଷ ଓଡ଼ିଶା ସମ୍ମିଳନୀରେ ଯୋଗ ଦେବାକୁ ପ୍ରଧାନମନ୍ତ୍ରୀ ମୋଦି ଆସନ୍ତାକାଲି ଓଡ଼ିଶା ଆସୁଛନ୍ତି । ପ୍ରଥମଥର ପାଇଁ ଓଡ଼ିଶାର ଏହି ନିବେଶକ ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ସାମିଲ ହେବେ।






More Stories
ଫେବୃଆରୀ ୧୯ରୁ ମାଟ୍ରିକ୍ ପରୀକ୍ଷା…..
ବିଧାୟକଙ୍କୁ ହତ୍ୟା ଧମକ…..
ଏସ୍ଆଇ ପରୀକ୍ଷା ଜାଲିଆତି: ମାଷ୍ଟରମାଇଣ୍ଡ ଗିରଫ……