ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଉତ୍ତରାଖଣ୍ଡର ଅଲମୋରା କୁପିରେ ସୋମବାର ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି । ଏକ ଯାତ୍ରୀବାହୀ ବସ୍ ଖାଇକୁ ଖସି ୩୦ ରୁ ଯାତ୍ରୀ ଯାତ୍ରୀଙ୍କ ମୃତ୍ୟୁ ହୋଇଥିବା ବେଳେ ଅନେକ ଆହତ ହୋଇଛନ୍ତି । ବସ୍ରେ ପ୍ରାୟ ୪୦ ରୁ ଅଧିକ ଯାତ୍ରୀ ଯାତ୍ରା କରୁଥିଲେ ବୋଲି ପ୍ରାଥମିକ ତଦନ୍ତରୁ ଜଣାପଡିଛି । ଏହି ଦୁର୍ଘଟଣା ମାର୍ଚୁଲା ନିକଟରେ ଘଟିଛି । ମୃତ୍ୟୁ ସଂଖ୍ୟା ବଢିପାରେ ବୋଲି ଆଶଙ୍କା କରାଯାଉଛି । ବସ୍ଟି ପୌରୀରୁ ରାମନଗର ଆଡକୁ ଆସୁଥିଲା । ଖବର ପାଇ ନୈନିତାଲ ଜିଲ୍ଲାର ପୋଲିସ ଓ ଉଦ୍ଧାରକାରୀ ଦଳ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଜାରି ରଖିଛନ୍ତି । ଗୁରୁତର ଆହତଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଦୁର୍ଘଟଣା ଘଟିଥିବା ସ୍ଥାନଟି ଏକ ପାହାଡିଆ ସ୍ଥାନ ହୋଇଥିବା ବେଳେ ସେଠାରେ ଏକ ଛୋଟ ନଦୀ ମଧ୍ୟ ରହିଛି । ପୋଲିସ ଘଟଣାର ତଦନ୍ତ ଜାରି ରଖିଛି ।
More Stories
ରାହୁଲଙ୍କ ଦ୍ୱାରା ହୋଇଥିବା ଅଭିଯୋଗ ଭିତ୍ତିହୀନ…..
ଯାତ୍ରୀଙ୍କୁ ଚାପୁଡା ମାରିଲେ ଆମ ବସ୍ କଣ୍ଡକ୍ଟର…..
କଂଗ୍ରେସ ଆଣିଲା ଅନାସ୍ଥା ପ୍ରସ୍ତାବ…..