ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଉତ୍ତରାଖଣ୍ଡର ଅଲମୋରା କୁପିରେ ସୋମବାର ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି । ଏକ ଯାତ୍ରୀବାହୀ ବସ୍ ଖାଇକୁ ଖସି ୩୦ ରୁ ଯାତ୍ରୀ ଯାତ୍ରୀଙ୍କ ମୃତ୍ୟୁ ହୋଇଥିବା ବେଳେ ଅନେକ ଆହତ ହୋଇଛନ୍ତି । ବସ୍ରେ ପ୍ରାୟ ୪୦ ରୁ ଅଧିକ ଯାତ୍ରୀ ଯାତ୍ରା କରୁଥିଲେ ବୋଲି ପ୍ରାଥମିକ ତଦନ୍ତରୁ ଜଣାପଡିଛି । ଏହି ଦୁର୍ଘଟଣା ମାର୍ଚୁଲା ନିକଟରେ ଘଟିଛି । ମୃତ୍ୟୁ ସଂଖ୍ୟା ବଢିପାରେ ବୋଲି ଆଶଙ୍କା କରାଯାଉଛି । ବସ୍ଟି ପୌରୀରୁ ରାମନଗର ଆଡକୁ ଆସୁଥିଲା । ଖବର ପାଇ ନୈନିତାଲ ଜିଲ୍ଲାର ପୋଲିସ ଓ ଉଦ୍ଧାରକାରୀ ଦଳ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଜାରି ରଖିଛନ୍ତି । ଗୁରୁତର ଆହତଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଦୁର୍ଘଟଣା ଘଟିଥିବା ସ୍ଥାନଟି ଏକ ପାହାଡିଆ ସ୍ଥାନ ହୋଇଥିବା ବେଳେ ସେଠାରେ ଏକ ଛୋଟ ନଦୀ ମଧ୍ୟ ରହିଛି । ପୋଲିସ ଘଟଣାର ତଦନ୍ତ ଜାରି ରଖିଛି ।






More Stories
ଆମକୁ ଜ୍ଞାନେଶ ନୁହେଁ, ଗଣେଶ ଜୀ କରୁଛନ୍ତି ସାହାଯ୍ୟ…..
ଫର୍ମ-୬ରେ ପରିବର୍ତ୍ତନକୁ ମଞ୍ଜୁରୀ ନ ଥିଲା…..
ୟୁପି ରାଜ୍ୟସଭା ନିର୍ବାଚନ ପ୍ରାର୍ଥୀ ଘୋଷଣା କଲା ଭାଜପା…..