ରିପୋର୍ଟ କାର୍ଡ / ଭୁବନେଶ୍ୱର
ମୁଖ୍ୟମନ୍ତ୍ରୀ ନବୀନ ପଟନାୟକଙ୍କ ନିର୍ଦ୍ଦେଶ କ୍ରମେ ୫-ଟି ଓ ନବୀନ ଓଡିଶା ଅଧ୍ୟକ୍ଷ ଭି କେ ପାଣ୍ଡିଆନ୍ ଶନିବାର ବଡିଭୋରରୁ ପୁରୀ ଯାଇ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଅଗ୍ରଗତି ସମ୍ପର୍କରେ ସମୀକ୍ଷା କରିଥିଲେ । ଭୋର୍ ୪ ରୁ ୬ପର୍ଯ୍ୟନ୍ତ ଏହି ସମୀକ୍ଷା ଚାଲିଥିଲା। ନୂଆ ଦାୟିତ୍ଵ ଗ୍ରହଣ ପରେ ଶ୍ରୀ ପାଣ୍ଡିଆନ୍ ପ୍ରଥମଥର ପାଇଁ ଏହି ସମୀକ୍ଷା କରିଛନ୍ତି। ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ କାମ ତ୍ଵରାନ୍ଵିତ କରି ଡିସେମ୍ବର ୧୫ ସୁଦ୍ଧା ସମ୍ପୂର୍ଣ୍ଣ କରିବାକୁ ସେ ନିର୍ଦ୍ଦେଶ ଦେଇଥିଲେ। ଏହା ନୂଆବର୍ଷରେ ଭକ୍ତ ମାନଙ୍କୁ ନୂଆ ଅନୁଭବ ଦେବ ବୋଲି ସେ ମତ ବ୍ୟକ୍ତ କରିଥିଲେ। ଶ୍ରୀକ୍ଷେତ୍ରରେ ଥିବା ବିଭିନ୍ନ ମଠ ଗୁଡିକର ପୁନରୁଦ୍ଧାର କାମ ତ୍ୱରାନ୍ୱିତ କରିବା ପାଇଁ ଶ୍ରୀ ପାଣ୍ଡିଆନ୍ ନିର୍ଦ୍ଦେଶ ଦେଇଥିଲେ। ପରିକ୍ରମା ପ୍ରକଳ୍ପ କାମରେ ଜଗନ୍ନାଥ ସଂସ୍କୃତି ସହ ଜଡିତ ବିଭିନ୍ନ ଦେଶୀୟ ବୃକ୍ଷ ଓ ଗୁଳ୍ମ ଲଗାଇବାକୁ ଶ୍ରୀ ପାଣ୍ଡିଆନ୍ ପରାମର୍ଶ ଦେଇଥିଲେ ଓ ସେ ଶ୍ରୀମନ୍ଦିର ଚାରି ଦ୍ଵାର କାମ ମଧ୍ୟ ବୁଲି ଦେଖିଥିଲେ। ସ୍ଥାନୀୟ ଲୋକଙ୍କ ସୁବିଧା ପାଇଁ ଦୁଇ ଚକିଆ ଗାଡିର ପାର୍କିଂ ପାଇଁ ପର୍ଯ୍ୟାପ୍ତ ବ୍ୟବସ୍ଥା କରିବାକୁ ଶ୍ରୀ ପାଣ୍ଡିଆନ୍ ନିର୍ଦ୍ଦେଶ ଦେଇଥିଲେ। ଏତଦବ୍ୟତୀତ ମେଘନାଦ ପାଚେରୀ ପାଖରୁ ବିଭିନ୍ନ ସୁବିଧା ଗୁଡିକର ସ୍ଥାନାନ୍ତର,ପରିକ୍ରମା ପ୍ରକଳ୍ପର ବିଦ୍ୟୁତ୍ ବ୍ୟବସ୍ଥା କାମ ନିର୍ଦ୍ଧାରିତ ସମୟରେ ଶେଷ କରିବା ଉପରେ ସେ ଗୁରୁତ୍ଵ ଆରୋପ କରିଛନ୍ତି।






More Stories
ଉଭୟ ପଡିଆରେ ବାଲିଯାତ୍ରା ପାଇଁ ସରକାରଙ୍କୁ ପ୍ରସ୍ତାବ…..
ଶ୍ରୀମନ୍ଦିର ପରିସରରେ ହାତାହାତି…..
ଓଏଏସ୍ ସ୍ତରରେ ଅଦଳବଦଳ……