ରିପୋର୍ଟ କାର୍ଡ / ପୁରୀ
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭିଡିଓ କନଫରେନ୍ସିଂ ଜରିଆରେ ସବୁଜ ପତାକା ଦେଖାଇ ପୁରୀ-ହାୱଡା ‘ବନ୍ଦେ ଭାରତ ଏକ୍ସପ୍ରେସ୍’ ଟ୍ରେନର ଶୁଭାରମ୍ଭ କରିଛନ୍ତି | ଏହାସହିତ କଟକ ଓ ପୁରୀ ରେଳ ଷ୍ଟେସନର ପୁନଃ ବିକାଶ ସହ ଅନ୍ୟ ବିଭିନ୍ନ ବିକାଶମୂଳକ କାର୍ଯ୍ୟ ତ୍ବରାନ୍ବିତ କରିଛନ୍ତି | ଏଥିରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନଫରେନ୍ସିଂ ମାଧ୍ୟମରେ ଯୋଡ଼ି ହୋଇଥିଲେ। ଓଡ଼ିଶାରେ ରେଳର ବିଭିନ୍ନ ବିକାଶମୂଳକ କାର୍ଯ୍ୟ ତ୍ବରାନ୍ବିତ ହେଉଥିବା ଯୋଗୁ ସେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ କୃତଜ୍ଞତା ଜଣାଇଛନ୍ତି | ଏହି ଅବସରରେ ମୁଖ୍ୟମନ୍ତ୍ର ଓଡ଼ିଶା ପାଇଁ ଆଉ ଦୁଇଟି ପୁରୀ- ରାଉରକେଲା ଏବଂ ଭୁବନେଶ୍ବର-ହାଇଦ୍ରାବାଦ ବନ୍ଦେ ଭାରତ ଏକ୍ସପ୍ରେସର ଚଳାଚଳ ଲାଗି ଦାବି କରିଥିଲେ। ଏହାଛଡ଼ା ପୁରୀ ଅନ୍ତର୍ଜାତୀୟ ବିମାନବନ୍ଦର ଦାବିକୁ ପୁଣି ଦୋହରାଇଥିଲେ। ପୁରୀରେ ଇଣ୍ଟରନ୍ୟାସନାଲ ଏୟାରପୋର୍ଟ କରାଯାଉ, ଆଗାମୀ ୩/୪ ବର୍ଷ ଭିତରେ ଏହି ଏୟାରପୋର୍ଟର କାମ ଶେଷ ହେଉ। ନିଜେ ପ୍ରଧାନମନ୍ତ୍ରୀ ପୁରୀ ବିମାନବନ୍ଦରର ଲୋକାର୍ପଣ କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନୁରୋଧ କରିଥିଲେ। ପୁରୀ ରେଳ ଷ୍ଟେସନରେ ଅନୁଷ୍ଠିତ ଆୟୋଜିତ ବନ୍ଦେ ଭାରତ ଏକ୍ସପ୍ରେସ୍ ଟ୍ରେନର ଉଦଘାଟନୀ ଉତ୍ସବରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍, କେନ୍ଦ୍ର ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ, କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ବିଧାୟକ ଜୟନ୍ତ କୁମାର ଷଡ଼ଙ୍ଗୀ, ଲଳିତେନ୍ଦୁ ବିଦ୍ୟାଧର ମହାପାତ୍ର ଓ ଆଇଟିଡିସି ଅଧ୍ୟକ୍ଷ ଡାକ୍ତର ସମ୍ବିତ ପାତ୍ର ପ୍ରମୁଖ ଯୋଗ ଦେଇଥିଲେ।






More Stories
ଶପଥ ନେଲେ ତାରିକ ରହମାନ…..
ନାବାଳିକାକୁ ଦୁଷ୍କର୍ମ ଓ ପ୍ରସବ ଘଟଣା:ସିଲ୍ ହେବ ନର୍ସିଂହୋମ୍…..
ଜୟ ଜଗନ୍ନାଥ କହି ଅଭିଭାଷଣ ଆରମ୍ଭ କଲେ ରାଜ୍ୟପାଳ…..