ରିପୋର୍ଟ କାର୍ଡ / ଭୁବନେଶ୍ୱର
ବଜାରରେ ପରିବା ଦର ଆକାଶ ଛୁଅଁ। ଆଳୁ ପିଆଜ ପନିପରିବା ଦର ବୃଦ୍ଧି ହୋଇଛି । ୮୦ ଟଙ୍କା ତଳକୁ ପରିବା ମିଳୁ ନଥିବା ବେଳେ ଆଳୁ ୩୦ , ପିଆଜ ୪୦ ଟଙ୍କାରେ ବିକ୍ରି ହେଉଛି । ଏହା ଉପରେ ପ୍ରତିକ୍ରିୟା ରଖିଛନ୍ତି ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର। କହିଛନ୍ତି, ନାସିକରୁ ପିଆଜ ୨୯.୫୩ ଟଙ୍କାରେ ଆସୁଛି। ପରିବହନ ଖର୍ଚ୍ଚ ମିଶି ତାହା ୩୪ ଟଙ୍କାରେ ପହଞ୍ଚୁଛି। ଏହି ଦାମରେ ବେପାରୀ ନାସିକରୁ ପିଆଜ ଆଣୁଛନ୍ତି। ଏହାପରେ ହୋଲସେଲର ଓ ରିଟେଲର ବେପାରୀ ନିଜ ଲାଭ ରଖି କେଜି ପ୍ରତି ୪୦ ଟଙ୍କାରେ ବିକ୍ରି କରୁଛନ୍ତି। ସେହିପରି ଆଳୁ ଲାଗି ଆସାମ ଓ ବେଙ୍ଗଲ ଉପରେ ଓଡ଼ିଶା ନିର୍ଭରଶୀଳ ରହିଛି। ସେଠାରେ ଦର ବଢ଼ିବାରୁ ଆମ ରାଜ୍ୟରେ ମଧ୍ୟ ଆଳୁ ଦର ବଢ଼ିଛି ବୋଲି କହିଛନ୍ତି ମନ୍ତ୍ରୀ । ତେବେ ଅନାବଶ୍ୟକ ହୋର୍ଡିଂ ଉପରେ ନଜର ରଖାଯାଇଛି। କୌଣସି ସ୍ଥାନରେ ଏଭଳି ଘଟଣା ସାମ୍ନାକୁ ଆସିଲେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ମନ୍ତ୍ରୀ କହିଛନ୍ତି।ଅନ୍ୟପଟେ ଟମାଟୋ ଓ ପରିବା ଦର ବୃଦ୍ଧି ଉପରେ ପ୍ରତିକ୍ରିୟା ରଖି ମନ୍ତ୍ରୀ କହିଛନ୍ତି ଏହା ଉପରେ ସରକାରଙ୍କର ନିୟନ୍ତ୍ରଣ ନାହିଁ। ଦରବୃଦ୍ଧି ସମସ୍ୟାର ସମାଧାନ ଲାଗି ଆଗକୁ ପ୍ରତି ବ୍ଲକରେ ଶୀତଳ ଭଣ୍ଡାର ଖୋଲାଯିବ। ମାତ୍ର ଏଥିପାଇଁ ସମୟ ଲାଗିବ ବୋଲି ସେ କହିଛନ୍ତି।






More Stories
ମା’ ବିରଜାଙ୍କୁ ଦର୍ଶନ କଲେ ରାଷ୍ଟ୍ରପତି…..
ଶୁଭାରମ୍ଭ ହେବ ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା…..
ଆଜି ରାଷ୍ଟ୍ରପତିଙ୍କର ଓଡିଶା ଗସ୍ତର ଦ୍ଵିତୀୟ ଦିନ:ବିରଜା ମନ୍ଦିର ପରିଦର୍ଶନ…..