Report Card Odisha

| Daily Odia News

୭ ଜିଲ୍ଲାକୁ ଅରେଞ୍ଜ ଓ୍ବାର୍ଣ୍ଣିଂ ଜାରି…..

ରିପୋର୍ଟ କାର୍ଡ / ଭୁବନେଶ୍ୱର

ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ପ୍ରଭାବରେ ରାଜ୍ୟର ଅଧିକାଂଶ ସ୍ଥାନରେ ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହୋଇଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏଥିପାଇଁ ୭ ଜିଲ୍ଲାକୁ ଅରେଞ୍ଜ ଓ୍ବାର୍ଣ୍ଣିଂ, ୧୧ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । କେନ୍ଦୁଝର, ମୟୁରଭଞ୍ଜ, ଢେଙ୍କାନାଳ, ଯାଜପୁର , ଭଦ୍ରକ , ବାଲେଶ୍ବର, କେନ୍ଦ୍ରପଡ଼ା ଜିଲ୍ଲାକୁ ଅରେଞ୍ଜ ଓ୍ବାର୍ଣ୍ଣିଂ ଜାରି ହୋଇଥବାରୁ ଏହି ସବୁ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି । ଜଗତସିଂହପୁର , କଟକ, ଖୋର୍ଦ୍ଧା, ପୁରୀ, ଅନୁଗୋଳ, ଦେବଗଡ, ସୁନ୍ଦରଗଡ, ସମ୍ବଲପୁର, ସୋନପୁର , କୋରାପୁଟ, ନବରଙ୍ଗପୁର ପାଇଁ ୟେଲୋ ଓ୍ବାର୍ଣ୍ଣିଂ ଯୋଗୁଁ ଏହି ୧୧ ଟି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ବାବନା ରହିଛି। ବର୍ଷା ଯୋଗୁଁ ଖାଲୁଆ ଅଞ୍ଚଳ ଜଳମଗ୍ନ ହୋଇପାରେ । ଚଳ ପ୍ରଚଳ ବେଳେ ସର୍ତକ ରହିବାକୁ ପାଣିପାଗ କେନ୍ଦ୍ର ପରାମର୍ଶ ଦେଇଛି । ରାଜ୍ୟର ବିଭିନ୍ନ ଅଞ୍ଚଳରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ଯୋଗୁଁ ବର୍ଷା ହେଉଛି। ଆସନ୍ତା ୪ ଦିନ ପର୍ଯ୍ୟନ୍ତ ବର୍ଷା ଲାଗି ରହିବ। ବୋଲି ସୂଚନା ମିଳିଛି ।

Breaking News