Report Card Odisha

| Daily Odia News

ଶୃଙ୍ଖଳା, ସଚ୍ଚୋଟତା ଓ କଠିନ ପରିଶ୍ରମ ସଫଳତାର ମୂଳମନ୍ତ୍ର:ଉପରାଷ୍ଟ୍ରପତି ଭେଙ୍କିୟା ନାଇଡୁ…..

ରିପୋର୍ଟ କାର୍ଡ / ଭୁବନେଶ୍ୱର

ଶୃଙ୍ଖଳା, ସଚ୍ଚୋଟତା ଓ କଠିନ ପରିଶ୍ରମ ସଫଳତାର ମୂଳମନ୍ତ୍ର ବୋଲି କହିଛନ୍ତି ଉପରାଷ୍ଟ୍ରପତି। ଶିକ୍ଷା ହିଁ ଛାତ୍ରଛାତ୍ରୀଙ୍କୁ ଶୃଙ୍ଖଳିତ ଓ ସଂଗଠିତ କରିଥାଏ | ଚରିତ୍ର ଗଠନ ସହ ଶିକ୍ଷା, ସଫଳ ଜୀବନର ପ୍ରଥମ ପାହାଚ । ଉତ୍କଳ ବିଶ୍ୱବିଦ୍ୟାଳୟ ସମାବର୍ତ୍ତନ ଉତ୍ସବରେ ଯୋଗ ଦେଇ ଏଭଳି ଦୀକ୍ଷାନ୍ତ ଭାଷଣ ଦେଇଛନ୍ତି ଉପରାଷ୍ଟ୍ରପତି ଭେଙ୍କିୟା ନାଇଡୁ । ଆମର ବିଶ୍ୱବିଦ୍ୟାଳୟ ଓ ଶିକ୍ଷାନୁଷ୍ଠାନ ସମୂହର ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି। ପ୍ରଥମେ ଓଡ଼ିଆରେ ଭାଷଣ ଆରମ୍ଭ କରି ଉପରାଷ୍ଟ୍ରପତି ଓଡ଼ିଶାର ଗୌରବମୟ ଇତିହାସର ସ୍ମୃତିଚାରଣ କରିଛନ୍ତି । ଚାକିରି ପଛରେ ନ ଗୋଡ଼ାଇ ନିଯୁକ୍ତିଦାତା ହେବାକୁ ଆହ୍ୱାନ ଦେବା ସହ ଶୃଙ୍ଖଳା, ସଚ୍ଚୋଟତା ଓ କଠିନ ପରିଶ୍ରମ ସଫଳତାର ମୂଳମନ୍ତ୍ର ବୋଲି କହିଛନ୍ତି ଉପରାଷ୍ଟ୍ରପତି। ଉତ୍କଳ ବିଶ୍ୱବିଦ୍ୟାଳୟର ସୁବର୍ଣ୍ଣ ଜୟନ୍ତୀ ସମାରୋହ ଅବସରରେ ଦେଶର ୫ ଜଣ ସଫଳ ବ୍ୟକ୍ତି ଆରବିଅଆଇ ଗଭର୍ଣ୍ଣର ଶକ୍ତିକାନ୍ତ ଦାଶ, ସିଏଜି ଗିରୀଶ ଚନ୍ଦ୍ର ମୁର୍ମୁ, ଓଡିଶା ହାଇକୋର୍ଟର ବିଚାରପତି ସଞ୍ଜୁ ପଣ୍ଡା, ଭାବା ଅଆଟୋମିକ୍ ରିସର୍ଚ୍ଚ ସେଣ୍ଟରର ନିର୍ଦ୍ଦେଶକ ଅଜିତ କୁମାର ମହାନ୍ତି, ଓଡିଶା ଆଦର୍ଶ ବିଦ୍ୟାଳୟ ସଂଗଠନର ଉପଦେଷ୍ଟା ବିଜୟ କୁମାର ସାହୁଙ୍କୁ ସମ୍ମାନସୂଚକ ଡରେଟ୍ ଡିଗ୍ରୀ ପ୍ରଦାନ କରିଛନ୍ତି ଉପରାଷ୍ଟ୍ରପତି ।

Breaking News