ରିପୋର୍ଟ କାର୍ଡ / ଭୁବନେଶ୍ୱର
ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିଛନ୍ତି ଉପରାଷ୍ଟ୍ରପତି ସି.ପି ରାଧାକ୍ରିଷ୍ଣନ । ନିର୍ଦ୍ଧାରିତ ସମୟର ୨୫ମିନିଟ୍ ପୂର୍ବରୁ ଉପରାଷ୍ଟ୍ରପତି ଓଡ଼ିଶାରେ ପହଞ୍ଚିଛନ୍ତି । ବିମାନବନ୍ଦରରେ ଉପରାଷ୍ଟ୍ରପତି ପହଞ୍ଚିବା ପରେ ତାଙ୍କୁ ଗାର୍ଡ ଅଫ୍ ଅନର ପ୍ରଦାନ କରିଛନ୍ତି ରାଜ୍ୟପାଳ ହରିବାବୁ କମ୍ଭମପତି। ଉପରାଷ୍ଟ୍ରପତି ସି.ପି ରାଧାକ୍ରିଷ୍ଣନଙ୍କୁ ସ୍ୱାଗତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ ।ବିମାନବନ୍ଦରରୁ ଉପରାଷ୍ଟ୍ରପତି ସିଧାସଳଖ କଟକ ଅଭିମୁଖେ ଯାଇ ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ପ୍ରତିମୂର୍ତ୍ତିର ମାଲ୍ୟାର୍ପଣ କରିବେ । ଆଜି ନେତାଜୀ ଜୟନ୍ତି ଅବସରରେ ଓଡ଼ିଶା ଆସିଛନ୍ତି ଉପରାଷ୍ଟ୍ରପତି । ଉପରାଷ୍ଟ୍ରପତିଙ୍କ ଗସ୍ତ ପାଇଁ ଟୁଇନ୍ ସିଟିରେ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି ।






More Stories
ନବୀନଙ୍କୁ କାଉଣ୍ଟର କଲେ ଉପମୁଖ୍ୟମନ୍ତ୍ରୀ…..
ଓଡ଼ିଶାକୁ ମିଳିବ ବଡ଼ ଫାଇଦା…..
କିନ୍ନରଙ୍କୁ ହତ୍ୟା ଘଟଣା:ଅଭିଯୁକ୍ତକୁ ଗିରଫ ଦାବିରେ ରାସ୍ତାରେ ବସିଲେ କିନ୍ନର…..