Report Card Odisha

| Daily Odia News

ଭୁବନେଶ୍ୱରରେ ପହଞ୍ଚିଲେ ଉପରାଷ୍ଟ୍ରପତି…..

ରିପୋର୍ଟ କାର୍ଡ / ଭୁବନେଶ୍ୱର

ଆଜିଠାରୁ ଦୁଇ ଦିନିଆ ଓଡିଶା ଗସ୍ତରେ ଆସିଛନ୍ତି ଉପରାଷ୍ଟ୍ରପତି ଏମ୍‌ ଭେଙ୍କେୟା ନାଇଡୁ। ସ୍ବତନ୍ତ୍ର ବିମାନ ଯୋଗେ ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ଆସି ପହଞ୍ଚିଲେ ଉପରାଷ୍ଟ୍ରପତି ।ବିମାନବନ୍ଦରରେ ଉପରାଷ୍ଟ୍ରପତିଙ୍କୁ ରାଜ୍ୟପାଳ ପ୍ରଫେସର୍ ଗଣେଶୀ ଲାଲ୍ ଓ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସ୍ବାଗତ କରିଥିଲେ। ସେଠାରୁ ଏମ. ଭେଙ୍କେୟା ନାଇଡୁ ସିଧାସଳଖ ରାଜଭବନ ଯାଇଛନ୍ତି।  ସେଠାରେ ମଧ୍ୟାହ୍ନଭୋଜନ କରିବେ । ଏହା ପରେ ଅପରାହ୍ନ ୪ଟା ୪୫ରେ ରାଜଭବନରୁ ବାହାରି ‌ସଡ଼କ ପଥରେ କଟକ ବିଜୁ ପଟ୍ଟନାୟକ ଛକସ୍ଥିତ ସାରଳା ଭବନକୁ ଯିବେ । ପରେ ୫ଟା ୩୦ରୁ ୬ଟା ୩୦ଟା ପର୍ଯ୍ୟନ୍ତ କଟକ ସାରଳା ଭବନଠାରେ ଆୟୋଜିତ ହେବାକୁ ଥିବା ଆଦିକବି ସାରଳା ଦାସଙ୍କ ୬୦୦ତମ ଜନ୍ମ ଉତ୍ସବ ତଥା ସାରଳା ସାହିତ୍ୟ ସଂସଦର ୪୦ତମ ବାର୍ଷିକ ସମାରୋହରେ ଉପସ୍ଥିତ ରହିବେ। ସନ୍ଧ୍ୟା ୬ଟା ୩୦ରେ ସାରଳା ଭବନରୁ ବାହାରି ୭ଟା ୫ରେ ରାଜଭବନରେ ପହଞ୍ଚି ସେଠାରେ ରାତ୍ରିଯାପନ କରିବେ । ୩ ତାରିଖ ଅର୍ଥାତ୍ ଆସନ୍ତାକାଲି ସେ ଉତ୍କଳ ବିଶ୍ବବିଦ୍ୟାଳୟର ୫୦ତମ ସମାବର୍ତନ ଉତ୍ସବରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି । ପୂର୍ବାହ୍ନ ୧୦ଟା ୧୦ରେ ରାଜଭବନରୁ ବାହାରି ବିଶ୍ୱବିଦ୍ୟାଳୟ ଅଭିମୁଖେ ଯିବେ । ୧୦ଟା ୨୦ରେ କ୍ୟାମ୍ପସରେ ପହଞ୍ଚିବା ସହ ପୂର୍ବାହ୍ନ ୧୦ଟା ୩୦ରୁ ୧୧ଟା ୩୦ ପର୍ଯ୍ୟନ୍ତ ସେଠାରେ ରହିବେ । ଏହାପରେ ରାଜଭବନକୁ ଯାଇ ସେଠାରେ ମଧ୍ୟାହ୍ନଭୋଜନ କରିବେ ଏବଂ ଅପରାହ୍ନ ୫ଟାରେ ନୂଆଦିଲ୍ଲୀ ପ୍ରତ୍ୟାବର୍ତ୍ତନ କରିବେ ।

Breaking News