ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆସନ୍ତା ୨ ତାରିଖରେ ଓଡିଶା ଆସିବେ ଉପରାଷ୍ଟ୍ରପତି । ଉତ୍କଳ ବିଶ୍ବବିଦ୍ୟାଳୟ ସମାବର୍ତ୍ତନ ଉତ୍ସବରେ ଯୋଗଦେବାକୁ ଓଡ଼ିଶା ଗସ୍ତକରିବେ ଉପରାଷ୍ଟ୍ରପତି ଭେଙ୍କେୟା ନାଇଡୁ । ଏନେଇ ଉପରାଷ୍ଟ୍ରପତିଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ମିଳିଛି । ଉପରାଷ୍ଟ୍ରପତିଙ୍କ ଗସ୍ତକୁ ସଫଳ କରିବା ପାଇଁ ଉତ୍କଳ ବିଶ୍ବବିଦ୍ୟାଳ ପକ୍ଷରୁ ଚାଲିଛି ଜୋରଦାର ପ୍ରସ୍ତୁତି । ସମାବର୍ତ୍ତନ ଉତ୍ସବରେ ବିଶ୍ବବିଦ୍ୟାଳୟର କୁଳାଧିପତି ତଥା ରାଜ୍ୟପାଳ ପ୍ରଫେସର ଗଣେସୀ ଲାଲ୍ ମଧ୍ୟ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି । ସମାବର୍ତ୍ତନ ଉତ୍ସବରେ ପ୍ରାୟ ୧୮୦ ଜଣ ପିଏଚ୍ ଡି ଏବଂ ଡିଲିଇଟି ଭଳି ବିଭିନ୍ନ ଉପାଧି ପ୍ରଦାନ କରାଯିବ ।






More Stories
ସୌମ୍ୟ ହତ୍ୟା ଘଟଣା ; ଚାର୍ଜସିଟ ଦାଖଲ କଲା କ୍ରାଇମବ୍ରାଞ୍ଚ…..
ଚକୋଲେଟ୍ ବାଣ୍ଟିଲେ ରାଷ୍ଟ୍ରପତି……
ଭାଜପା ଉପରୁ ଜନତାଙ୍କ ବିଶ୍ୱାସ ତୁଟିଛି,ଏଠାରୁ ପରିବର୍ତ୍ତନର ଆରମ୍ଭ :ଧର୍ମେନ୍ଦ୍ର….