Report Card Odisha

| Daily Odia News

ଭିଜିଲାନ୍ସ ଜାଲରେ କନିଷ୍ଠ ଯନ୍ତ୍ରୀ……

ରିପୋର୍ଟ କାର୍ଡ / ଗଂଜାମ

ପ୍ରତେକ ଦିନ ଭିଜିଲାନ୍ସ ଜାଲରେ ପଡୁଛନ୍ତି ଦୁର୍ନୀତଖୋର ଅସାଧୁ ସରକାରୀ ଅଫିସର ମାନେ | ଆଜି ଭିଜିଲାନ୍ସ ଜାଲରେ ପଡିଛନ୍ତି ଗଞ୍ଜାମ ଜିଲ୍ଲା ବେଗୁନିଆପଡ଼ା ବ୍ଳକର କନିଷ୍ଠ ଯନ୍ତ୍ରୀ ସୁଧାଂଶୁ ଶେଖର ମଲ୍ଲିକ। ‘ମୋ ଗୁହାଳ ସ୍କିମ୍‌’ରେ ଗୁହାଳ ନିର୍ମାଣ ପାଇଁ ଅର୍ଥ ମଞ୍ଜୁର କରିବା ପାଇଁ ଜଣେ ହିତାଧିକାରୀଙ୍କ ଠାରୁ ୭ ହଜାର ଟଙ୍କା ଲାଞ୍ଚ ନେବା ସମୟରେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି | ମିଳିଥିବା ସୂଚନା ଅନୁସାରେ- କନିଷ୍ଠ ଯନ୍ତ୍ରୀ ସୁଧାଂଶୁ ଶେଖର ମଲ୍ଲିକ ଲାଞ୍ଚ ମାଗୁଥିବା ନେଇ ବୁରୁଝୁରୀ ପଞ୍ଚାୟତର ଉକ୍ତ ହିତାଧିକାରୀ ଜଣଙ୍କ ବ୍ରହ୍ମପୁର ଭିଜିଲାନ୍ସକୁ ଜଣାଇଥିଲେ। ଏହା ପରେ ଯୋଜନା ମୁତାବକ ଉକ୍ତ ହିତାଧିକାରୀ ଜଣଙ୍କ ଯନ୍ତ୍ରୀ ଶ୍ରୀ ମଲ୍ଲିକଙ୍କୁ ବ୍ଲକ୍ କାର୍ଯ୍ୟାଳୟରେ ୭ ହଜାର ଟଙ୍କା ଦେଇଥିଲେ। ଠିକ ଏହି ସମୟରେ ଭିଜିଲାନ୍ସ ଅଧିକାରୀମାନେ ଚଢ଼ାଉ  କରିଥିଲା |

 

Breaking News