ରିପୋର୍ଟ କାର୍ଡ / ନବରଙ୍ଗପୁର
ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି ନବରଙ୍ଗପୁର ଜିଲ୍ଲା ସାନମସିଆଗାଁ ଭାରପ୍ରାପ୍ତ ଆରଆଇ ଜଗଦୀଶ ବେହେରା । ଜଣେ ଅଭିଯୋଗକାରୀଙ୍କଠାରୁ ତହସିଲଦାରଙ୍କୁ ଆଇନଗତ ଉତ୍ତରାଧିକାରୀ ପ୍ରମାଣପତ୍ର ପ୍ରଦାନ ପାଇଁ ଅନୁସନ୍ଧାନ ରିପୋର୍ଟ ଦେବାକୁ ଅଭିଯୁକ୍ତ ଶ୍ରୀ ବେହେରା ୫ ହଜାର ଟଙ୍କା ଓ ଦୁଇ କେଜିଆ କୁକୁଡ଼ା ଲାଞ୍ଚ ନେଉଥିଲେ। ପୂର୍ବ ଯୋଜନା ଅନୁସାରେ କୋରାପୁଟ ଭିଜିଲାନ୍ସ ଟିମ୍ ତହସିଲଦାରଙ୍କୁ ଧରିଛନ୍ତି | ଶ୍ରୀ ବେହେରାଙ୍କଠାରୁ ସମ୍ପୂର୍ଣ୍ଣ ଲାଞ୍ଚ ଟଙ୍କା ଜବତ କରାଯାଇଛି। ଏହାପରେ ଶ୍ରୀ ବେହେରାଙ୍କ ଦୁଇଟି ସ୍ଥାନରେ ଏକକାଳୀନ ଭିଜିଲାନ୍ସ ଚଢ଼ଉ ଚାଲିଛି। ଏନେଇ କୋରାପୁଟ ଭିଜିଲାନ୍ସରେ ଏକ ମାମଲା ରୁଜୁ ହୋଇଛି।






More Stories
୧୦ ଜିଲ୍ଲାକୁ ୟେଲୋ ଓ୍ବାର୍ନିଂ ଜାରି……
ଜଗମୋହନ ମୀନାଙ୍କ ଇସ୍ତଫାକୁ ନେଇ ମୁହଁ ଖୋଲିଲେ ଡିଜିପି…..
ପଞ୍ଚାୟତ ଓ ପୌର ନିର୍ବାଚନ ପାଇଁ ବାଜିଲା ବିଗୁଲ୍…..