ରିପୋର୍ଟ କାର୍ଡ / ଭୁବନେଶ୍ୱର
ଭିଜିଲାନ୍ସ ଜାଲରେ ମାଲକାନଗିରିରେ ଜଳସମ୍ପଦ ବିଭାଗର କନିଷ୍ଠ ଯନ୍ତ୍ରୀ ସଂଜୟ ମହାନ୍ତି | ଆୟ ବର୍ହିଭୂତ ସମ୍ପତି ଠୁଳ ଅଭିଯୋଗରେ ଆଜି ଭିଜିଲାନ୍ସ ୭ଟି ସ୍ଥାନରେ ଚଢ଼ାଉ ଜାରିରଖିଛି। ଚଢ଼ାଉ ବେଳେ ଭଡ଼ା ଘରୁ ୧ଲକ୍ଷ ୧୫ହଜାର ଟଙ୍କା ନଗଦ ଜବତ କରିଛି ଭିଜିଲାନ୍ସ । ଏହାସହ ଗୋଟିଏ କାର ଓ ବାଇକ ବି ଜବତ ହୋଇଛି । ମାଲକାନଗିରିର ଭଡ଼ାଘର ଓ କାର୍ଯ୍ୟାଳୟ ସମେତ ବାଲେଶ୍ୱର, ଜଳେଶ୍ୱର ଓ ଭୁବନେଶ୍ୱରରେ ଚଢ଼ାଉ ଚାଲିଛି । ଏହି ଚଢ଼ାଉରେ ଜଣେ ଅତିରିକ୍ତ ଏସପିଙ୍କ ସହ ୩ ଜଣ ଡ଼ିଏସପି, ୮ ଜଣ ଇନ୍ସପେକ୍ଟର, ୮ ଜଣ ଏସଆଇ ସାମିଲ ଅଛନ୍ତି | ବର୍ତ୍ତମାନ ବାଲେଶ୍ୱର ଜଳେଶ୍ୱରରେ ଥିବା ୩ ମହଲା କୋଠା, ଭୁବନେଶ୍ୱର ରଘୁନାଥପୁରରେ ଥିବା ଫ୍ଲାଟ, ପୋଖରୀପୁଟରେ ଥିବା ସମ୍ପର୍କୀୟଙ୍କ ଘର ପ୍ରମୁଖ ସ୍ଥାନରେ ଚଢ଼ାଉ ଚାଲିଛି |






More Stories
ବଜେଟ ଫୋକସ୍ରେ ମଧ୍ୟବିତ୍ତ…..
ମୟୂରଭଞ୍ଜ ଗସ୍ତର ରାଷ୍ଟ୍ରପତିଙ୍କ ଅନ୍ତିମଦିନ…..
ଭଡ଼ାଘର ଦେବେ ସରକାର…..