ରିପୋର୍ଟ କାର୍ଡ / ଭୁବନେଶ୍ୱର
ନୟାଗଡ ଗ୍ରାମ୍ୟ ଉନ୍ନୟନ ବିଭାଗ ସହକାରୀ ନିର୍ବାହୀ ଯନ୍ତ୍ରୀ ଗୋବିନ୍ଦ ଚନ୍ଦ୍ର ସାହୁଙ୍କ ଘରେ ଭିଜିଲାନ୍ସ ପକ୍ଷରୁ ରେଡ୍ ହୋଇଛି । ଭିଜିଲାନ୍ସ ଟିମ ଏକାସାଙ୍ଗେ ୬ଟି ସ୍ଥାନରେ ଚଢାଉ ଜାରି ରହିଛି । ଖବର ଅନୁଯାୟୀ, ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ପକ୍ଷରୁ ନୟାଗଡ ଗ୍ରାମ୍ୟ ଉନ୍ନୟନ ବିଭାଗ ସହକାରୀ ନିର୍ବାହୀ ଯନ୍ତ୍ରୀ ଗୋବିନ୍ଦ ଚନ୍ଦ୍ର ସାହୁଙ୍କ ଘରେ ରେଡ୍ ଚାଲିଛି । କଟକ ଭିଜିଲାନ୍ସ ସ୍ପେଶାଲ ଜଜ୍ଙ୍କ ଓ୍ୱାରେଣ୍ଟ ବଳରେ ଚାଲିଛି ଚଢାଉ । ଏହି ଚଢାଉରେ ୫ଜଣ ଡିଏମ୍ସି , ୫ଜଣ ଇନ୍ସ୍ପେକ୍ଟର ଏବଂ ଅନ୍ୟ କର୍ମଚାରୀ ସାମିଲ ଅଛନ୍ତି । ଏକାସାଙ୍ଗେ ନୟାଗଡ଼, କଟକ, ଖୋର୍ଦ୍ଧାର ୬ଟି ସ୍ଥାନରେ ଚଢାଉ ଚାଲିଛି । ତେବେ ଚଢାଉ ହେଉଥିବା ସ୍ଥାନ ମଧ୍ୟରେ ନୟାଗଡସ୍ଥିତ ଅଫିସ, ନୟାଗଡ ଟାଉନସ୍ଥିତ ଘର, ଭୁବନେଶ୍ବର ପଟିଆସ୍ଥିତ ଫ୍ଲାଟ, କଟକ କିଶୋରନଗର ସ୍ଥିତ ପୈତୃକ ଘର, କଟକ ଆଲିସା ବଜାର ସ୍ଥିତ ବିଲ୍ଡିଂ, ଭୁବନେଶ୍ବର ଖଣ୍ଡଗିରି ସ୍ଥିତ ଦୁଇ ମହଲା ବିଶିଷ୍ଟ ବିଲ୍ଡିଂ ରହିଛି ।






More Stories
ନୂଆ DGP ଚୟନ ପ୍ରକ୍ରିୟା ମାମଲାର ଆଜି ଶୁଣାଣି……
ବ୍ୟବସାୟୀଙ୍କୁ ଅପହରଣ ଘଟଣା:୫୦ ଲକ୍ଷ ପାଇଁ ହୋଇଥିଲା ଷଡ଼ଯନ୍ତ୍ର……
ବନ୍ୟାଞ୍ଚଳରେ ଗ୍ରାଉଣ୍ଡ ଜିରୋରେ ମୁଖ୍ୟମନ୍ତ୍ରୀ…..