ରିପୋର୍ଟ କାର୍ଡ / ଭୁବନେଶ୍ୱର
ଭୁବନେଶ୍ୱର ମୁଖ୍ୟ ଯୋଗାଣ ଅଧିକାରୀ ପ୍ରଶାନ୍ତ ଗନ୍ତାୟତଙ୍କୁ ଭିଜିଲାନ୍ସ ଗିରଫ କରିଛି। ଗତକାଲି ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ମୁଖ୍ୟ ଯୋଗାଣ ଅଧିକାରୀ ପ୍ରଶାନ୍ତ ଗନ୍ତାୟତଙ୍କ ସରକାରୀ ବାସଭବନ, ଘର ସମେତ ୮ଟି ସ୍ଥାନରେ ଭିଜିଲାନ୍ସ ପକ୍ଷରୁ ଚଢ଼ଉ କରାଯାଇଥିଲା। ଭୁବନେଶ୍ୱର ଓ ଗଂଜାମରେ ଏକକାଳୀନ ଚଢ଼ଉ ହୋଇଥିଲା। ଭୁବନେଶ୍ୱର ସ୍ଥିତ କାର୍ଯ୍ୟାଳୟ ଓ ସରକାରୀ ବାସଭବନ, ଭୁବନେଶ୍ୱରର ପାଣ୍ଡରା, ଚନ୍ଦ୍ରଶେଖରପୁର, ଲକ୍ଷ୍ମୀସାଗରରେ ଥିବା ଘର ଓ ବ୍ରହ୍ମପୁରର ପୈତୃକ ଘର ଓ ଭବାନୀପୁରରେ ଥିବା ଘରେ ଚଢ଼ଉ ଚାଲିଥିଲା।






More Stories
ଏମିତି ବଜେଟ୍ କେବେ ଦେଖିନି……
ବିଜେଡିରୁ ନିଲମ୍ବନ ହେଲେ ଶଶୀ…..
ରାଷ୍ଟ୍ରପତିଙ୍କ ଗସ୍ତ:ସୁରକ୍ଷା ବ୍ୟବସ୍ଥାକୁ ନେଇ ପ୍ରସ୍ତୁତି ଆରମ୍ଭ…..