ରିପୋର୍ଟ କାର୍ଡ / ଯାଜପୁର
ଭିଜିଲାନ୍ସ ଜାଲରେ ଯାଜପୁର ଜିଲ୍ଲା ବିଞ୍ଝାରପୁର ଥାନା ଏସ୍ଆଇ କେଶବ ଚନ୍ଦ୍ର ଦାସ। ପୋଷ୍ଟମଟର୍ମ ରିପୋର୍ଟରେ ହେରଫେର ପାଇଁ ଶ୍ରୀ ଦାସ ୫୦୦୦ ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି । ଶ୍ରୀ ଦାସ ବିଞ୍ଝାରପୁରସ୍ଥିତ ସରକାରୀ କ୍ୱାଟରେ ଲାଞ୍ଚ ନେଉଥିଲେ। ସୂଚନା ଅନୁସାର ଏକ ଦୁର୍ଘଟଣା ଜନିତ ମୃତ୍ୟୁ ଘଟଣାରେ ମେଡିକାଲ କାଗଜପତ୍ର ଓ ପୋଷ୍ଟମଟମ ରିପୋର୍ଟରେ ହେରଫେର ପାଇଁ ଶ୍ରୀ ଦାସ ଅଭିଯୋଗକାରୀଙ୍କୁ ୫ ହଜାର ଟଙ୍କା ମାଗିଥିଲେ। ଏନେଇ ଅଭିଯୋଗ କାରି ଭିଜିଲାନ୍ସକୁ ଅବଗତ କରିଥିଲେ। ଯୋଜନା ଅନୁସାରେ ଆଜି ଟଙ୍କା ନେଉଥିବା ସମୟରେ ଭିଜିଲାନ୍ସ ଡେପୁଟି ସୁପରିଟେଣ୍ଡ ସୁଶୀଲ ଏକ୍କାଙ୍କ ନେତୃତ୍ୱରେ ଏକ ସ୍ୱତନ୍ତ୍ର ଟିମ ଘଟଣାସ୍ଥଳରୁ ଏସ୍ଆଇ କେଶବ ଚନ୍ଦ୍ର ଦାସଙ୍କୁ ଗିରଫ କରି ନିଜ ହେପାଜତକୁ ନେଇଛି। ଅନ୍ୟପଟେ କଟକ ଜଗତପୁରର ପୈତୃକ ବାସଭବନରେ ମଧ୍ୟ ଚଢ଼ାଉ ଚାଲିଛି। ଭିଜିଲାନ୍ସ ବିଭାଗ ଏକ ମାମଲା ରୁଜୁ କରି ଘଟଣାର ଅଧିକ ତଦନ୍ତ କରୁଛନ୍ତି।






More Stories
୬ରୁ ସକାଳୁଆ କୋର୍ଟ……
ଶ୍ରୀରାମ ନବମୀରେ ଆଇନ ଶୃଙ୍ଖଳା ବଜାୟ ରଖିବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ…..
ବିଦ୍ୟୁତଗ୍ରାହକଙ୍କ ପାଇଁ ଖୁସିଖବର:ବଢ଼ିବନି ବିଲ୍…..