ରିପୋର୍ଟ କାର୍ଡ / ଖୋର୍ଦ୍ଧା
ଖୋର୍ଦ୍ଧା ବ୍ଲକର ସହକାରୀ ଯନ୍ତ୍ରୀ ସଙ୍ଗୀତା ମହାପାତ୍ର ୫୦ ହଜାର ଟଙ୍କା ନେଇ ଭିଜିଲାନ୍ସ ହାତରେ ପଡ଼ିଛନ୍ତି । ଏମପି ଲ୍ୟାଡ଼ ପ୍ରକଳ୍ପ ପାଇଁ ପିସି ଟଙ୍କା ନେଉଥିବା ବେଳେ ଖୋର୍ଦ୍ଧା ଭିଜିଲାନ୍ସ ଟିମ ତାଙ୍କୁ ଧରିଛି। ସୂଚନା ଅନୁଯାୟୀ, ଏମପି ଲ୍ୟାଡ଼ ପ୍ରକଳ୍ପ ପାଇଁ ଜଣେ ଠିକାଦାରଙ୍କୁ ୧୦ ପ୍ରତିଶତ ପିସି ମାଗିଥିଲେ। ୧୮ ଲକ୍ଷ ଟଙ୍କାର ଏହି କାମର ପିସି ବାବଦରେ ଆଗରୁ ସହକାରୀ ଯନ୍ତ୍ରୀ ସଙ୍ଗୀତା ମହାପାତ୍ର ଠିକାଦାରଙ୍କଠାରୁ ୧ ଲକ୍ଷ ୩୦ ହଜାର ଟଙ୍କା ନେଇସାରିଥିଲେ। ଏନେଇ ଠିକାଦାରଙ୍କ ବାପା ଶିଶିର ମଙ୍ଗରାଜ ଭିଜିଲାନ୍ସ ନିକଟରେ ଅଭିଯୋଗ କରିଥିଲେ। ପୂର୍ବ ଯୋଜନା ମୁତାବକ ଆଜି ଠିକାଦାର ଅବଶିଷ୍ଟ ୫୦ ହଜାର ଟଙ୍କା ଦେବା ବେଳେ ଖୋର୍ଦ୍ଧା ଭିଜିଲାନ୍ସ ଡିଏସପି ଚନ୍ଦ୍ରକଳା ଜେନା ଓ ନୂଆଗଡ଼ ଡିଏସପି ପ୍ରତ୍ୟୁଷ ମହାପାତ୍ରଙ୍କ ନେତୃତ୍ବରେ ଏକ ଟିମ୍ ଚଢ଼ଉ କରି ସହକାରୀ ଯନ୍ତ୍ରୀ ସଙ୍ଗୀତା ମହାପାତ୍ରଙ୍କୁ ଧରିଥିଲା ଏବଂ ତାଙ୍କଠାରୁ ୫୦ ହଜାର ଟଙ୍କା ଜବତ କରିଥିଲା।






More Stories
୨୦୧ କନ୍ୟାଦାନକଲେ ମୁଖ୍ୟମନ୍ତ୍ରୀ, ନବଦମ୍ପତିଙ୍କୁ ଆଶୀର୍ବାଦ ଦେଇ କହିଲେ…..
ମା’ ବିରଜାଙ୍କୁ ଦର୍ଶନ କଲେ ରାଷ୍ଟ୍ରପତି…..
ଶୁଭାରମ୍ଭ ହେବ ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା…..