ରିପୋର୍ଟ କାର୍ଡ / ଭୁବନେଶ୍ୱର
ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି ବୌଦ୍ଧ ବୟନ ଶିଳ୍ପ ସହକାରୀ ନିର୍ଦ୍ଦେଶକଙ୍କ ଅଫିସର ଦୁଇ ଜଣ ବୟନ ଶିଳ୍ପ ଇନ୍ସପେକ୍ଟର କୃଷ୍ଣଚନ୍ଦ୍ର ସାହୁ ଓ ଅଦିତ କୁମାର ଦାସ। ବୌଦ୍ଧ ଜିଲ୍ଲା ବାଉଁଶୁଣୀ ଅଞ୍ଚଳର ଏକ ସମବାୟ ସମିତିର ବିଲ୍ ରିଲିଜ୍ ପାଇଁ ଆବଶ୍ୟକୀୟ କାମ କରିବାକୁ ଏହି ଦୁଇ ଅଧିକାରୀ ଲାଞ୍ଚ ମାଗିଥିଲେ। ଏନେଇ ଉକ୍ତ ସମବାୟ ସମିତି ପକ୍ଷରୁ ଭିଜିଲାନ୍ସରେ ଅଭିଯୋଗ କରାଯାଇଥିଲା।
ଭିଜିଲାନ୍ସର ଯୋଜନା ପ୍ରକାରେ ଆଜି ଏହି ସଂସ୍ଥାର ଜଣେ କାର୍ଯ୍ୟକର୍ତ୍ତା ବୟନ ଶିଳ୍ପ ଇନ୍ସପେକ୍ଟର କୃଷ୍ଣଚନ୍ଦ୍ର ସାହୁ ଓ ଅଦିତ କୁମାର ଦାସଙ୍କୁ ଲାଞ୍ଚ ବାବଦକୁ ୫ ହଜାର ଟଙ୍କା ଦେଇଥିଲେ। ଏହି ଦୁଇ ଅଧିକାରୀ ଲାଞ୍ଚ ଅର୍ଥ ଗ୍ରହଣ କରିବା ପରେ ସେମାନଙ୍କୁ ଧରିଥିଲେ ଭିଜିଲାନ୍ସ ଅଧିକାରୀ। ସେମାନଙ୍କଠାରୁ ସମସ୍ତ ଲାଞ୍ଚ ଅର୍ଥ ଜବତ କରାଯାଇଛି। ଲାଞ୍ଚ ନେଇ ଧରାପଡ଼ିବା ପରେ ଏହି ଦୁଇ ଅଧିକାରୀଙ୍କ ଦୁଇଟି ଲେଖାଏଁ ଠିକଣାରେ ଚଢ଼ାଉ କରିଛି ଭିଜିଲାନ୍ସ। ସେମାନେ ଆୟ ବହିର୍ଭୂତ ସଂପତ୍ତି ଠୁଳ କରିଥିବା ସନ୍ଦେହରେ ଏହି ଚଢ଼ାଉ କରାଯାଇଛି।






More Stories
ବଦଳିବ ଜିଲ୍ଲାର ଇଂରାଜୀ ନାମ…..
ବାରମ୍ବାର ଦେଇପାରିବେନି ଆଇଏଏସ୍,ଆଇପିଏସ୍ ପରୀକ୍ଷା……
ଚେନ୍ନାଇ ସେଣ୍ଟ୍ରାଲ୍ ଏକ୍ସପ୍ରେସ୍ ଲାଇନଚ୍ୟୁତ…..