ରିପୋର୍ଟ କାର୍ଡ / ଜୟପୁର
କଟକ ସ୍ଥିତ ନିଜ ଘରକୁ ବସ୍ରେ ଯାଉଥିଲେ ଥାନା ବାବୁ। ଜୟପୁର ସ୍ଥିତ ଟାଙ୍କୁଆ ନିକଟରେ କୋରାପୁଟ ଜିଲ୍ଲାର ବୈପାରୀଗୁଡା ଥାନା ଅଧିକାରୀ ସୁଶାନ୍ତ କୁମାର ଶତପଥୀଙ୍କୁ ଧରିଛି ଭିଜିଲାନ୍ସ। ଯାଞ୍ଚ ବେଳେ ସୁଶାନ୍ତଙ୍କ ନିକଟରୁ ୨ ଲକ୍ଷ ୭୦ ହଜାର ଟଙ୍କା ଜବତ କରିଥିଲା ଭିଜିଲାନ୍ସ । ଏତେ ପଇସା କୁଆଡ଼େ ଆଣିଲେ ସେନେଇ ସୁଶାନ୍ତଙ୍କୁ ପଚରାଉଚରା କରିଥିଲା ଭିଜିଲାନ୍ସ। ହେଲେ କୌଣସି ସ୍ପଷ୍ଟ ସୂଚନା ଦେଇପାରି ନଥିଲେ iic। ଏନେଇ ଭିଜିଲାନ୍ସ ଅଧିକାରୀଙ୍କର ସନ୍ଦେହ ବଢ଼ିଥିଲା। ଗତକାଲି ରାତିରେ ଭିଜିଲାନ୍ସ ଅଧିକାରୀ ମାନେ ସୁଶାନ୍ତଙ୍କ ଅଫିସ୍ ଚାମ୍ବର ଓ ସରକାରୀ ବାସଭବନରେ ଚଢ଼ାଉ କରିଥିଲେ। ଚଢ଼ାଉ ବେଳେ IICଙ୍କ ଅଫିସ୍ ଚାମ୍ବରରୁ ୧ ଲକ୍ଷ ୮୦ ହଜାର ଟଙ୍କା ଜବତ ହୋଇଥିବା ବେଳେ ସରକାରୀ ବାସଭବନରୁ ୩ ଲକ୍ଷ ଟଙ୍କା ଜବତ କରିଥିଲା ଭିଜିଲାନ୍ସ। ଆଜି ଭିଜିଲାନ୍ସ ପକ୍ଷରୁ ଆଇଆଇସିଙ୍କ ଘରେ ଚଢ଼ାଉ ହେବା ନେଇ ସୂଚନା ରହିଛି। ଏହାସହ ସୁଶାନ୍ତଙ୍କୁ ଭିଜିଲାନ୍ସ ଟିମ୍ ଅଟକ ରଖି ପଚରାଉଚରା କରୁଛି। ଆଇଆଇସି ସୁଶାନ୍ତ କୁମାରଙ୍କ ନାଁରେ ଭିଜିଲାନ୍ସ ନିକଟରେ ଅଭିଯୋଗ ହୋଇଥିଲା।
More Stories
୨୩ରୁ ପ୍ରବଳ ବର୍ଷୀବ…..
ପାଣ୍ଡିଆନ୍ ଓ ନବୀନ ପଟ୍ଟନାୟକଙ୍କ ଭିତରେ ବହୁତ ଫରକ…..
ବଦଳିବ ‘ଆମ ଓଡ଼ିଶା, ନବୀନ ଓଡ଼ିଶା’ନାଁ….