Report Card Odisha

| Daily Odia News

ଭିଜିଲାନ୍ସ ଜାଲରେ ଆରଡବ୍ଲୁଏସଏସର ଅତିରିକ୍ତ ମୁଖ୍ୟଯନ୍ତ୍ରୀ…..

ରିପୋର୍ଟ କାର୍ଡ / ଭୁବନେଶ୍ୱର

ଆଜି ଆରଡବ୍ଲୁଏସଏସର ଅତିରିକ୍ତ ମୁଖ୍ୟଯନ୍ତ୍ରୀ ନିହାରରଂଜନ ଦାସଙ୍କ ଘର ସମେତ ୬ଟି ସ୍ଥାନରେ ଏକକାଳୀନ ଭିଜିଲାନ୍ସ ଚଢାଉ ଜାରି ରହିଛି। ଆୟବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ଏହ ଭିଜିଲାନ୍ସ ଚଢାଉ କରାଯାଉଛି। ଆଜି ଆରଡବ୍ଲୁଏସଏସ ଭୁବନେଶ୍ୱର ସର୍କଲର ଯୋଜନା, ମନିଟରିଂ, ଡିଜାଇନ୍ ଏବଂ ଅନୁସନ୍ଧାନ ଅତିରିକ୍ତ ମୁଖ୍ୟଯନ୍ତ୍ରୀ ନିହାରରଂଜନ ଦାସଙ୍କ ଘର ସମେତ ୬ଟି ସ୍ଥାନରେ ଏକକାଳୀନ ଭିଜିଲାନ୍ସ ଚଢାଉ କରାଯାଉଛି। ଖୋର୍ଦ୍ଧା, ସମ୍ବଲପୁର ଏବଂ ବରଗଡ଼ ଜିଲ୍ଲାର ନିମ୍ନଲିଖିତ ୬ଟି ସ୍ଥାନରେ ଚଢାଉ ଚାଲିଛି। ଭୁବନେଶ୍ୱରର ଖାରବେଳ ନଗରର ଶ୍ରୀରାମ ମାନସନ୍ ଫ୍ଲାଟ ନଂ -୨୦ ଠାରେ ଅବସ୍ଥିତ ଶ୍ରୀ ଦାସଙ୍କ ଆବାସିକ ଘର, ସମ୍ବଲପୁରର ମୋଦୀପଡାଠାରେ ଅବସ୍ଥିତ ଶ୍ରୀ ଦାସଙ୍କ ଏକ ତିନିମହଲା ପୈତୃକ ଘର, ବରଗଡ଼ ଜିଲ୍ଲାର ରୋହିନିୟାଁ, ତାଙ୍କର ସରକାରୀ କାର୍ଯ୍ୟାଳୟ, ଖାରବେଳ ନଗର ଓ ଖୋର୍ଦ୍ଧାରେ ଥିବା ସଂପର୍କୀୟଙ୍କ ଘରେ ଏହି ଚଢାଉ ହେଉଛି। ଭୁବନେଶ୍ୱର ଭିଜିଲାନ୍ସର ସ୍ୱତନ୍ତ୍ର ବିଚାରପତିଙ୍କ ଦ୍ବାରା ଜାରି ସର୍ଚ୍ଚ ୱାରେଣ୍ଟ ବଳରେ ୫ ଜଣ ଡିଏସପି, ୧୨ ଇନ୍ସପେକ୍ଟର, ଜଣେ ସବ୍ ଇନ୍ସପେକ୍ଟର,୧୧ ଜଣ ଏସଆଇ ଏବଂ ଅନ୍ୟ କର୍ମଚାରୀମାନେ ଏହି ଚଢାଉରେ ନିୟୋଜିତ ହୋଇଛନ୍ତି।

Breaking News