Report Card Odisha

| Daily Odia News

ଭିଜିଲାନ୍ସ ଜାଲରେ ସହକାରୀ ଯନ୍ତ୍ରୀ…..

ରିପୋର୍ଟ କାର୍ଡ / ଭୁବନେଶ୍ୱର

ଭିଜିଲାନ୍ସ ଜାଲରେ ସହକାରୀ ଯନ୍ତ୍ରୀ । ଗଜପତି ଜିଲ୍ଲା ରାୟଗଡ଼ ପଞ୍ଚାୟତ ସମିତିର ସହକାରୀ ଯନ୍ତ୍ରୀ ଦିଲ୍ଲୀପ କୁମାର ସାହୁଙ୍କ ଘରେ ଭିଜିଲାନ୍ସ ଚଢ଼ାଉ କରିଛି । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଏକକାଳୀନ ୪ଟି ସ୍ଥାନରେ ଚଢ଼ାଉ କରୁଥିବା ସୂଚନା ମିଳିଛି । ବ୍ରହ୍ମପୁରର ଗୋପବନ୍ଧୁ ନଗରରେ ଥିବା ଫ୍ଲାଟ, ଜ୍ୟୋତି ନଗର​‌ରେ ଥିବା ଦୁଇ ମହଲା ଘର, ଦିଗପହଣ୍ଡିରେ ଥିବା କାର୍ଯ୍ୟାଳୟ ଓ ଆର. ଉଦୟଗିରେ ଥିବା ସରକାରୀ ବାସଭବନରେ ଭିଜିଲାନ୍ସ ଟିମ୍‌ ଚଢ଼ାଉ କରୁଛି । ଏହି ଚଢ଼ାଉରେ ଜଣେ ଆଡିସନାଲ ଏସପି, ୫ଜଣ ଇନିସପେକ୍ଟର, ୩ଜଣ ଏଏସଆଇ ଓ ଅନ୍ୟ କର୍ମଚାରୀ ନିୟୋଜିତ ରହିଛନ୍ତି । ବର୍ତ୍ତମାନ ସୁଦ୍ଧା ଚଢ଼ାଉ ଜାରି ରହିଥିବା ବେଳେ କେତେ ପରିମାଣର ସମ୍ପତ୍ତି ଜବତ ହୋଇଛି ତାହାର ସୂଚନା ଦିଆଯାଇନାହିଁ ।

Breaking News