ରିପୋର୍ଟ କାର୍ଡ / ଭୁବନେଶ୍ୱର
ଭିଜିଲାନ୍ସ ରାସ୍ତା ଓ ଗୃହ ନିର୍ମାଣ ବିଭାଗର ସହକାରୀ ନିର୍ବାହୀ ଯନ୍ତ୍ରୀ ଅଜୟ କୁମାର ମିଶ୍ରଙ୍କ ବାସଭବନ ରେଡ଼ କରୁଛି | ମିଳିଥିବା ସୂଚନା ଅନୁଯାଇ- ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ରାସ୍ତା ଓ ଗୃହ ନିର୍ମାଣ ବିଭାଗର ସହକାରୀ ନିର୍ବାହୀ ଯନ୍ତ୍ରୀ ଅଜୟ କୁମାର ମିଶ୍ରଙ୍କ ଘରେ ଭିଜିଲାନ୍ସ ଚଢ଼ାଉ କରିଛି । ଖୋର୍ଦ୍ଧା, ଢେଙ୍କାନାଳ, ଅନୁଗୁଳ ସମେତ ଏକକାଳୀନ ୬ଟିସ୍ଥାନରେ ରେଡ୍ ଚାଲିଛି । ତେବେ ରେଡ୍ ହୋଇଥିବା ସ୍ଥାନଗୁଡିକ ମଧ୍ୟରେ ଭୁବନେଶ୍ବରସ୍ଥିତ R & B ଡିଭିଜନ୍-IV ସ୍ଥିତ ଅଫିସ, ଭୁବନେଶ୍ବର ପଟିଆ ଶ୍ରୀବିହାର ସ୍ଥିତ ସାଇ ଗାର୍ଡେନ ଆପାର୍ଟମେଣ୍ଟ, ଭୁବନେଶ୍ବର ରଘୁନାଥପୁର ଅଞ୍ଚଳରେ ଥିବା ତିନି ମହଲା ଘର, ଢେଙ୍କାନାଳ ତାରିଣୀନଗର ସ୍ଥିତ ତିନି ମହଲା ବିଶିଷ୍ଟ ପ୍ଲଟ୍, ଢେଙ୍କାନାଳ ସଦର ଏଳସୁଆ ମଉଜା ସ୍ଥିତ ବିଲ୍ଡିଂ, ଅନୁଗୁଳ ଜିଲ୍ଲା କଣିହା ସ୍ଥିତ ପୈତୃକ ଘରେ ରହିଛି । ତେବେ ଢେଙ୍କାନାଳ ଭିଜିଲାନ୍ସ ସ୍ପେଶାଲ ଜଜ୍ଙ୍କ ୱାରେଣ୍ଟ ବଳରେ ଚଢାଉ କରିଛି ଭିଜିଲାନ୍ସ । ଏହି ଚଢାଉରେ ୫ ଜଣ ଡିଏସ୍ପି, ୧୧ ଜଣ ଇନସ୍ପେକ୍ଟର ଏବଂ ଅନ୍ୟ କର୍ମଚାରୀ ସାମିଲ ଅଛନ୍ତି । ଏବେ ଯାଏଁ କେତେ ପରିମାଣର ସମ୍ପତ୍ତି ଜବତ ହୋଇଛି । ସେନେଇ କିଛି ସ୍ପଷ୍ଟ ସୂଚନା ମିଳିନାହିଁ ।






More Stories
ଆକ୍ସନ ନେବେ ଉପମୁଖ୍ୟମନ୍ତ୍ରୀ…..
ଟ୍ୟୁଶନ ହେବେ ରାଜସ୍ବ ବାବୁ…..
ଭିତର ଭଣ୍ଡାରରେ ହେବ ଗଣତିମଣତି…..