ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆୟ ବହିର୍ଭୂତ ସମ୍ପତ୍ତି ଠୁଳ କରିବା ଅଭିଯୋଗରେ କିରାଣି ନନ୍ଦୀ କିଶୋର ନାଥଙ୍କ ଘରେ ଆଜି ଭିଜିଲାନ୍ସ ରେଡ଼ କରିଛି । ନନ୍ଦୀ କିଶୋର ରାଉରକେଲା RW ଡିଭିଜନ ନିର୍ବାହୀ ଯନ୍ତ୍ରୀଙ୍କ ଅଫିସ୍ରେ କାର୍ଯ୍ୟରତ ଅଛନ୍ତି। ଭିଜିଲାନ୍ସ ପକ୍ଷରୁ ଏକକାଳୀନ ନନ୍ଦୀ କିଶୋର ନାଥଙ୍କ ଅଫିସ୍ ସମେତ ୬ଟି ସ୍ଥାନରେ ରେଡ୍ ଚାଲିଛି।ରାଉରକେଲା ପାନପୋଷ ନିକଟରେ ଥିବା ନନ୍ଦୀ କିଶୋରଙ୍କ ସରକାରୀ କ୍ୱାର୍ଟର୍ସ, ଭୁବନେଶ୍ୱରର ଲକ୍ଷ୍ମୀସାଗରରେ ଥିବା ଫ୍ଲାଟ, ବରଗଡ଼ରେ ଥିବା ପୈତୃକ ଘର, ରାଉରକେଲାରେ ଥିବା ଅଫିସ ଚାମ୍ବର, ସମ୍ବଲପୁର ଅଇଁଠାପଲ୍ଲୀରେ ଥିବା ଘର, ସମ୍ବଲପୁରରେ ଥିବା ସମ୍ପର୍କୀୟଙ୍କ ଘରେ ଭିଜିଲାନ୍ସ ରେଡ ଚାଲିଛି। ଚଢ଼ାଉରେ ୩ ଡିଏସ୍ପି, ୯ ଇନ୍ସପେକ୍ଟର, ଜଣେ ଏସ୍ଆଇ, ୨ ଜଣ ଏଏସ୍ଆଇ ପ୍ରମୁଖ ସାମିଲ ହୋଇଛନ୍ତି।
More Stories
ଆରଜି କର ଦୁଷ୍କର୍ମ ଓ ହତ୍ୟା ଘଟଣା: ଦୋଷୀ ସଞ୍ଜୟ ରୟକୁ ଆଜୀବନ କାରାଦଣ୍ଡ…..
୨୪ରୁ ପ୍ରଧାନମନ୍ତ୍ରୀ ଆବାସ ସର୍ଭେ…..
ଓଡିଶା ବହୁ ବିଧ ଖଣିଜ ସମ୍ପଦରେ ଭରପୂର ରାଜ୍ୟ….