ରିପୋର୍ଟ କାର୍ଡ / ଭବାନୀପାଟଣା
ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭବାନୀପାଟଣା ସରକାରୀ ଜଳ ଯୋଗାଣ ବିଭାଗର ଜିପିଏସ ସେକ୍ସନ ଅତିରିକ୍ତ ଯନ୍ତ୍ରୀ କୃଷ୍ଣ ଚନ୍ଦ୍ର ସାହୁଙ୍କୁ ଘରେ ଭିଜଲାନ୍ସ ବିଭାଗର ଚଢ଼ଉ କରିଛି । ସହକାରୀ ଯନ୍ତ୍ରୀ କିଶୋର ଚନ୍ଦ୍ର ସାହୁଙ୍କ ଭବାନୀପାଟଣା ସହରର ଜଳେଶ୍ଵର ମନ୍ଦିର ରାସ୍ତାରେ ଥିବା ବାସଭବନ ସମେତ ସରକାରୀ କାର୍ଯ୍ୟାଳୟରେ ଭିଜିଲାନ୍ସ ବିଭାଗର ଏକକାଳୀନ ଚଢ଼ଉ ଚାଲିଛି। ଏହାଛଡ଼ା କିଶୋର ଚନ୍ଦ୍ର ସାହୁଙ୍କ କଳାହାଣ୍ଡି ଜିଲ୍ଲା ନର୍ଲା ବ୍ଲକ ଅନ୍ତର୍ଗତ ବାଲବାସପୁରରେ ଥିବା ପୈତୃକ ଘରେ ଚଢ଼ଉ କରୁଛି ଭିଜିଲାନ୍ସ। ଭବାନୀପାଟଣାର ସ୍ୱତନ୍ତ୍ର ଭିଜିଲାନ୍ସ ଜଜଙ୍କ ଦ୍ବାରା ଜାରି ସର୍ଚ୍ଚ ୱାରେଣ୍ଟ୍ର କ୍ଷମତା ବଳରେ ଜଣେ ଅତିରିକ୍ତ ଏସପି, ୩ ଜଣ ଡିଏସପି ୪ ଇନ୍ସପେକ୍ଟର ଏବଂ ଅନ୍ୟ କର୍ମଚାରୀଙ୍କ ନେତୃତ୍ୱରେ ଓଡ଼ିଶା ଭିଜିଲାନ୍ସ ଦ୍ୱାରା ଏକକାଳୀନ ଚଢ଼ଉ ଚାଲିଛି।






More Stories
ପ୍ରବଳ ବର୍ଷୀଵ…..
୪ରେ ଓଡ଼ିଶା ଆସିବେ ଅମିତ ଶାହ…..
ସ୍ନାନମଣ୍ଡପରେ ଶ୍ରୀଜିଉଙ୍କୁ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ….