ରିପୋର୍ଟ କାର୍ଡ / ଖଣ୍ଡପଡ଼ା
ଖଣ୍ଡପଡ଼ା ତହସିଲଦାର ଧୋବେଇ ନାୟକଙ୍କ ଘରେ ଭିଜିଲାନ୍ସ ରେଡ୍ ହୋଇଛି | ତହସିଲଦାରଙ୍କ ଭାପୁର ଭଡ଼ାଘର ଏବଂ ଭୁବନେଶ୍ବର ନିଜସ୍ୱ ବାସଭବନରେ ଚଢ଼ଉ ହୋଇଥିବା ସୂଚନା ମିଳିଛି | ଏଥିରେ ନୟାଗଡ଼ ଓ ଭୁବନେଶ୍ବର ଭିଜିଲାନ୍ସ ଟିମ୍ ସାମିଲ ରହିଛନ୍ତି। ମିଳିଥିବା ସୂଚନା ଅନୁସାରେ ଖଣ୍ଡପଡ଼ା ତହସିଲଦାର ଧୋବେଇ ନାୟକ ଦଲାଲଙ୍କ ମାଧ୍ୟମରେ ଲାଞ୍ଚ ଟଙ୍କା ଆଦାୟ କରୁଥିଲେ। ଗତକାଲି ସ୍ଥାନୀୟ ଅଞ୍ଚଳର ଦଲାଲ ପ୍ରସନ୍ନ ସାହୁଙ୍କୁ ଗିରଫ ପରେ ତହସିଲଦାର ଧୋବେଇ ନାୟକଙ୍କ ନାମ ସାମ୍ନାକୁ ଆସିଥିଲା । ଖଣ୍ଡପଡ଼ା ବାଇପାସରେ ଏକ ବାଲିଗାଡିକୁ ଶ୍ରୀ ନାୟକ ଜବତ କରିବା ସହ ଛାଡ଼ିବା ପାଇଁ ଦଲାଲ ପ୍ରସନ୍ନ ସାହୁଙ୍କ ମାଧ୍ୟମରେ ୨୦ହଜାର ଟଙ୍କା ଲାଞ୍ଚ ଦାବି କରିଥିଲେ। ଗାଡ଼ି ମାଲିକ ଚନ୍ଦନ ଜେନାଙ୍କ ଠାରୁ ଏହି ଲାଞ୍ଚ ଟଙ୍କା ନେଉଥିବାବେଳେ ପ୍ରସନ୍ନ ସାହୁଙ୍କୁ ମାଡ଼ିବସିଥିଲା ନୟାଗଡ ଭିଜିଲାନ୍ସ ଟିମ୍ । ପ୍ରସନ୍ନ ତହସିଲଦାରଙ୍କ ପାଇଁ ଏହି ଟଙ୍କା ନେଉଥିବା ସ୍ବୀକାର କରିବାପରେ ଭିଜିଲାନ୍ସ ଟିମ୍ ଧୋବେଇ ନାୟକଙ୍କ ଭାପୁର ଭଡ଼ାଘର ଏବଂ ଭୁବନେଶ୍ବର ଘର ସମେତ ୩ଟି ସ୍ଥାନରେ ଚଢ଼ଉ ଜାରି ରଖିଥିବା ସ୍ପଷ୍ଟ ହୋଇଛି।






More Stories
୬ରୁ ସକାଳୁଆ କୋର୍ଟ……
ଶ୍ରୀରାମ ନବମୀରେ ଆଇନ ଶୃଙ୍ଖଳା ବଜାୟ ରଖିବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ…..
ବିଦ୍ୟୁତଗ୍ରାହକଙ୍କ ପାଇଁ ଖୁସିଖବର:ବଢ଼ିବନି ବିଲ୍…..