Report Card Odisha

| Daily Odia News

ବ୍ଲକ ଶିକ୍ଷା ଅଧିକାରୀଙ୍କ ଘରେ ଭିଜିଲାନ୍ସ ରେଡ଼……

ରିପୋର୍ଟ କାର୍ଡ / ଗଞ୍ଜାମ

ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଗଞ୍ଜାମ ଜିଲ୍ଲାର ଛତ୍ରପୁର ବ୍ଲକ ଶିକ୍ଷା ଅଧିକାରୀ ସୀତାରାମ ପାତ୍ରଙ୍କ ଘରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି। ସୀତାରାମଙ୍କ ଗଞ୍ଜାମ ଜିଲ୍ଲାର ଛତ୍ରପୁର ସରକାରୀ କାର୍ଯ୍ୟାଳୟ,ବ୍ରହ୍ମପୁର ସହରର ରାମକୃଷ୍ଣନଗର ସମେତ ୩ଟି ସ୍ଥାନ ଓ ପୋଲସରାର ୨ଟି ସ୍ଥାନରେ ଏକାକାଳୀନ ଚଢାଉ କରାଯାଇଛି। ସୀତାରାମ ଆୟ ବର୍ହିଭୂତ ସମ୍ପତ୍ତି ଠୁଳ କରିଥିବା ଅଭିଯୋଗ ହୋଇଥିଲା। ଭିଜିଲାନ୍ସ ଘଟଣାର ତଦନ୍ତ କରି ଆଜି ବ୍ଲକ ଶିକ୍ଷା ଅଧିକାରୀଙ୍କ ଘରେ ଚଢ଼ାଉ କରିଥିଲା।

Breaking News