ରିପୋର୍ଟ କାର୍ଡ / ଭୁବନେଶ୍ୱର
ଖାଦ୍ୟ ଯୋଗାଣ ଅଧିକାରୀଙ୍କ ଘରେ ପଶିଲା ଭିଜିଲାନ୍ସ। ଆୟ ବର୍ହିଭୂତ ସମ୍ପତି ଠୁଳ ଅଭିଯୋଗରେ ସୁବର୍ଣ୍ଣପୁର ଜିଲ୍ଲା ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ଅଧିକାରୀ ସୁରେଶ ପାଣିଗ୍ରାହୀଙ୍କ ଘରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି। ସୁରେଶଙ୍କ ସୋନପୁର ସ୍ଥିତ ଭଡ଼ାଘର,କାର୍ଯ୍ୟାଳୟ ଓ ପୈତୃକ ଘର ସମେତ ୧୧ଟି ସ୍ଥାନରେ ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇଛି। ଭୁବନେଶ୍ୱର, ସମ୍ବଲପୁର, ବଲାଙ୍ଗିର, ସୋନପୁର ଓ ବରଗଡ଼ର ୧୧ଟି ସ୍ଥାନରେ ଏହି ରେଡ୍ କରାଯାଇଛି। ସୁରେଶ ଆୟ ବର୍ହିଭୂତ ସମ୍ପତ୍ତି ଠୁଳ କରିଥିବା ଅଭିଯୋଗ ହୋଇଥିଲା। ଭିଜିଲାନ୍ସ ଘଟଣାର ତଦନ୍ତ କରି ଆଜି ସକାଳେ ଚଢ଼ାଉ କରିଛି। ଚଢ଼ାଉ ବେଳେ ପୁଳା ପୁଳା ସୁନା ଅଳଙ୍କାର ଓ ଜମିବାଡ଼ି କାଗଜ ପତ୍ର ଭିଜିଲାନ୍ସ ଜବତ କରିଥିବା ଜଣାଯାଇଛି।
More Stories
ବିଧାୟକଙ୍କୁ ଆକ୍ରମଣ ଘଟଣାରେ ୧୦ ଗିରଫ…..
ବିଜେଡି ପୁଣି ସରକାରକୁ ଫେରିବା ଅବାସ୍ତବ କଥା….
ଜମ୍ମୁ-କାଶ୍ମୀରରେଏକାଧିକ ସ୍ଥାନରେ ଏନଆଇଏର ଚଢାଉ…..