ରିପୋର୍ଟ କାର୍ଡ / ବ୍ରହ୍ମପୁର
ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରା ପଡିଛନ୍ତି ପଞ୍ଚାୟତ ପିଇଓ । ଗଞ୍ଜାମ ଜିଲ୍ଲା ପାତ୍ରପୁର ବ୍ଳକ୍ ତୁତୁବୁଡି ପଞ୍ଚାୟତ ପିଇଓ ରାଜେନ୍ଦ୍ର କୁମାର ବେହେରା ୬ ହଜାର ଟଙ୍କା ଲାଞ୍ଚ ନେବାବେଳେ ଭିଜିଲାନ୍ସ ଟିମ ଧରିଛି। ଖବର ଅନୁଯାୟୀ, ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ନିର୍ମିତ ଘର ବାବଦର ଶେଷ ପର୍ଯ୍ୟାୟର ୩୦ ହଜାର ଟଙ୍କା ରିଲିଜ୍ କରିବାକୁ ୬ ହଜାର ଟଙ୍କା ଲାଞ୍ଚ ନେଉଥିଲେ । ଏକକାଳୀନ କେ ନୂଆଗାଁ ଥାନା ଅନ୍ତର୍ଗତ ବନମାଳି ଏବଂ ବ୍ରହ୍ମପୁର ଲକ୍ଷ୍ମୀବିହାର ପ୍ରଥମ ଲାଇନ୍ ଭଡା ଘର ଦୁଇଟି ସ୍ଥାନରେ ଚଢାଉ କରିଛି ଭିଜିଲାନ୍ସ । ଏନେଇ ସୂଚନା ଦେଲେ ବ୍ରହ୍ମପୁର ଭିଜିଲାନ୍ସ ଏସ୍ପି ।






More Stories
ଗଡ଼ିଲା ୩ ରଥ,ଜୟ ଜଗନ୍ନାଥ ଧ୍ୱନିରେ ଶ୍ରୀକ୍ଷେତ୍ର ପ୍ରକମ୍ପିତ…..
ପ୍ରବଳରୁ ଅତି ପ୍ରବଳ ବର୍ଷା:୧୩ ଜିଲ୍ଲାକୁ ରେଡ୍-ଅରେଞ୍ଜ ଓ୍ବାର୍ନିଂ ଜାରି…..
ରଥଯାତ୍ରାରେ ଭକ୍ତଙ୍କ ମୃତ୍ୟୁ :ଦଳା ଚକଟା ନୁହେଁ ଅଣନିଶ୍ବାସୀ ହେବାରୁ….