ରିପୋର୍ଟ କାର୍ଡ / ଭୁବନେଶ୍ବର
ଆର୍ ଆଣ୍ଡ ବିର ସହକାରୀ ନିର୍ବାହୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ କରିଛି | ଆୟବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ଓଡ଼ିଶା ଭିଜିଲାନ୍ସ ପକ୍ଷରୁ ଆର୍ ଆଣ୍ଡ ବିର ସହକାରୀ ନିର୍ବାହୀ ଯନ୍ତ୍ରୀ ଏନ.ଦିଲ୍ଲୀପ କୁମାର ଚୌଧୁରୀଙ୍କ ଘର ଓ କାର୍ଯ୍ୟାଳୟ ସମେତ ୪ଟି ସ୍ଥାନରେ ଏକକାଳୀନ ଚଢ଼ଉ ଚାଲିଛି। ବ୍ରହ୍ମପୁର ଭିଜିଲାନ୍ସର ସ୍ୱତନ୍ତ୍ର ବିଚାରପତିଙ୍କ ଦ୍ବାରା ଜାରି ହୋଇଥିବା ସର୍ଚ୍ଚ ୱାରେଣ୍ଟ ବଳରେ ଆଜି ବ୍ରହ୍ମପୁରର ଆର୍ ଆଣ୍ଡ ବି ଡିଭିଜନ-୧, ସହକାରୀ ନିର୍ବାହୀ ଯନ୍ତ୍ରୀ ଏନ.ଦିଲ୍ଲୀପ କୁମାର ଚୌଧୁରୀଙ୍କ ନିମ୍ନଲିଖିତ ସ୍ଥାନଗୁଡ଼ିକରେ ୩ ଜଣ ଡିଏସଏସପି, ୭ ଜଣ ଇନ୍ସପେକ୍ଟର ଏବଂ ଅନ୍ୟାନ୍ୟ ସହାୟକ କର୍ମଚାରୀଙ୍କ ନେତୃତ୍ୱରେ ଓଡ଼ିଶା ଭିଜିଲାନ୍ସ ଦ୍ୱାରା ଏକକାଳୀନ ଘର ଚଢ଼ଉ କରାଯାଉଛି।






More Stories
ସୃଷ୍ଟି ହେଲା ଘୂର୍ଣ୍ଣିବଳୟ,ବାତ୍ୟା ଆଶଙ୍କା…..
ପିଲାଙ୍କୁ ମିଳିବ ୟୁନିଫର୍ମ…..
ବସ୍ତି ବାସିନ୍ଦାଙ୍କୁ ମିଳିବ ଘର…..