Report Card Odisha

| Daily Odia News

ତହସିଲଦାରଙ୍କ ଘରେ ଭିଜିଲାନ୍ସ ରେଡ଼…..

ରିପୋର୍ଟ କାର୍ଡ / ମୟୂରଭଞ୍ଜ

ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ କରଞ୍ଜିଆ ତହସିଲଦାର ଚାର୍ଲସ ନାୟକଙ୍କ ଘର ସମେତ ସରକାରୀ କାର୍ଯ୍ୟାଳୟ ଓ ପୈତୃକ ଘରେ ଚଢଉ କରୁଛି କଟକ ଭିଜିଲାନ୍ସ ଟିମ୍। ତାଙ୍କ ନାଆଁରେ ବେଆଇନ୍ ଖଣି ଲିଜ୍ ଦେଇ ବିପୁଳ ଅର୍ଥ ରୋଜଗାର କରୁଥିବାର ବି ଅଭିଯୋଗ ହୋଇଛି। ଏନେଇ ସ୍ଥାନୀୟ ଅଞ୍ଚଳରେ ତୀବ୍ର ଅସନ୍ତୋଷ ଦେଖା ଦେଇଥିଲା। ଚାର୍ଲସ ନାୟକ ପୂର୍ବରୁ ବାଲେଶ୍ବର ଜିଲ୍ଲା ସୋରରେ ତହସିଲଦାର ଥିବା ବେଳେ ମଧ୍ୟ ଦୁର୍ନୀତି କରିଥିବାର ଅଭିଯୋଗ ପରେ ତାଙ୍କୁ ଦୂର ଜିଲ୍ଲାକୁ ବଦଳି କରାଯାଇଥିଲା। ତେବେ ପୁଣି ପ୍ରାୟ ବର୍ଷକ ତଳେ ସେ କରଞ୍ଜିଆ ତହସିଲଦାର ଭାବେ ବଦଳି ହୋଇ ଆସିଥିଲେ। ତାଙ୍କ ପୈତୃକ ଘର ଭଦ୍ରକ ଜିଲ୍ଲା ଧାମନଗର ଅଞ୍ଚଳରେ ବୋଲି ସୂଚନା ରହିଛି। ଆଜି ସକାଳ ୭ଟା ବେଳେ କଟକ ଭିଜିଲାନ୍ସ ଟିମ୍ କରଞ୍ଜିଆ ତହସିଲଦାର ଚାର୍ଲସ ନାୟକଙ୍କ ଘରେ ପହଞ୍ଚିଥିଲା। ସେଠାରେ ଚଢଉ ସରିବାପରେ ଏବେ ସରକାରୀ କାର୍ଯ୍ୟାଳୟରେ ଚଢଉ କରୁଛି ଭିଜିଲାନ୍ସ ଟିମ୍ ।

Breaking News