Report Card Odisha

| Daily Odia News

ବନ୍ଦିତା ମାହାପାତ୍ର ଘରେ ଭିଜିଲାନ୍ସ ରେଡ଼…..

ରିପୋର୍ଟ କାର୍ଡ / ସମ୍ବଲପୁର

ସମ୍ବଲପୁର ଉନ୍ନୟନ କର୍ତ୍ତୃପକ୍ଷ (ଏସଡିଏ)ର ପୂର୍ବତନ ପ୍ଲାନିଂ ମେମ୍ବର ଓ ଜଣେ କର୍ମଚାରୀଙ୍କ ଘରେ ଭିଜିଲାନ୍ସ ରେଡ଼ କରୁଛି | ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ସମ୍ବଲପୁର ଉନ୍ନୟନ କର୍ତ୍ତୃପକ୍ଷ କାର୍ଯ୍ୟାଳୟର ପୂର୍ବତନ ପ୍ଲାନିଂ ମେମ୍ବର ବନ୍ଦିତା ମହାପାତ୍ର ଓ କନିଷ୍ଠ କିରାଣି ଲକ୍ଷ୍ମୀ ନାରାୟଣ ସାମଲଙ୍କ ଘରେ ଚଢ଼ଉ ଜାରି ରହିଛି । ପୂର୍ବତନ ପ୍ଲାନିଂ ମେମ୍ବର ବନ୍ଦିତା ମହାପାତ୍ରଙ୍କ ଘର ସମେତ ୬ଟି ସ୍ଥାନରେ ଚଢ଼ଉ ଚାଲିଥିବା ବେଳେ କନିଷ୍ଠ କିରାଣି ଲକ୍ଷ୍ମୀ ନାରାୟଣ ସାମଲଙ୍କ ଘରେ ମଧ୍ୟ ଚଢ଼ାଉ ହେଉଛି। ଲକ୍ଷ୍ମୀ ନାରାୟଣଙ୍କ କାର୍ଯ୍ୟାଳୟ ସହ କ୍ବାର୍ଟର ଓ ବାସଭବନରେ ଚଢ଼ଉ ହୋଇଛି। ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ଉଭୟଙ୍କ ଘରେ ଚାଲିଥିବା ଚଢ଼ଉରେ ୬ ଡିଏସପି, ୯ ଇନ୍ସପେକ୍ଟର ଓ ୬ ଜଣ ଏଏସଆଇ ନିୟୋଜିତ ହୋଇଛନ୍ତି।

Breaking News