ରିପୋର୍ଟ କାର୍ଡ / ବାଲେଶ୍ଵର
ଭିଜିଲାନ୍ସ ଜାଲରେ ପଡ଼ିଲେ ଆଣ୍ଟି ସ୍ମଗଲିଙ୍ଗ ଗାର୍ଡ। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଆଜି ସକାଳେ ବାଲେଶ୍ୱର ଭିଜିଲାନ୍ସ ପକ୍ଷରୁ ଜଳେଶ୍ୱରସ୍ଥିତ ଏଫସିଆଇର ଆଣ୍ଟି ସ୍ମଗଲିଙ୍ଗ ଗାର୍ଡ ଜନାର୍ଦ୍ଦନ ପଳେଇଙ୍କ ଘରେ ରେଡ ହୋଇଛି। ଜନାର୍ଦ୍ଦନ ପଳେଇଙ୍କ ଜଳେଶ୍ୱରସ୍ଥିତ ବାସଭବନ, ନୂଆବଜାରସ୍ଥିତ କାର୍ଯ୍ୟାଳୟ, ନୂଆବଜାରସ୍ଥିତ ଚନ୍ଦନ ଢାବା, ଗଞ୍ଜାମ ଜିଲ୍ଲା ଛତ୍ରପୁରସ୍ଥିତ ପୈତୃକ ବାସଭବନ, ସମ୍ପର୍କୀୟଙ୍କ ଘର ସମେତ ରାଜ୍ୟର ୫ଟି ସ୍ଥାନରେ ଚଢ଼ାଉ ଜାରି ରହିଛି । ରାଜ୍ୟର ବିଭିନ୍ନ ସ୍ଥାନରେ ଚାଲିଥିବା ଚଢ଼ାଉରେ ୪ ଡିଏସ୍ପି, ୫ ଇନ୍ସପେକ୍ଟର ସାମିଲ ହୋଇଛନ୍ତି। ଚଢ଼ାଉ ଜାରି ରହିଥିବାରୁ ଜବତ ସମ୍ପତ୍ତିର ଆକଳନ କରାଯାଇପାରିନି ।






More Stories
୩୦ ସୁଦ୍ଧା ଚୂଡ଼ାନ୍ତ ପଞ୍ଚାୟତ ନିର୍ବାଚନ ସଂରକ୍ଷଣ ତାଲିକା…..
ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ସାଂସଦ ଅପରାଜିତା…..
ଆଜି ରାଜ୍ୟ କ୍ୟାବିନେଟ ବୈଠକ….