ରିପୋର୍ଟ କାର୍ଡ / ଭୁବନେଶ୍ୱର
ଭିଜିଲାନ୍ସ ଜାଲରେ ଓଡିଶା ପୋଲିସ ହାଉସିଂ କର୍ପୋରେସନର OPHWC ମ୍ୟାନେଜର ପ୍ରତାପ ସାମଲ। ଆଜି ଭିଜିଲାନ୍ସର ୧୦ ଜଣିଆ ଟିମ୍ ପ୍ରତାପଙ୍କ ଘର ଚଢ଼ାଉ କରିଛି । ମିଳିଥିବା ସୂଚନା ଅନୁସାରେ- ଆୟ ବହିର୍ଭୂତ ସମ୍ପତ୍ତି ଠୁଅ ଅଭିଯୋଗରେ ଓଡିଶା ପୋଲିସ ହାଉସିଂ କର୍ପୋରସେନର ମ୍ୟାନେଜର ପ୍ରତାପ ସାମଲଙ୍କ ଘରେ ଭିଜିଲାନ୍ସ ପକ୍ଷରୁ ରେଡ୍ ଜାରି ରହିଛି । ଭିଜିଲାନ୍ସର ୧୦ ଜଣିଆ ଟିମ୍ ଏହି ଚଢାଉରେ ସାମିଲ ଅଛନ୍ତି । ଭିଜିଲାନ୍ସ ଟିମ୍ ଏକା ସାଙ୍ଗେ ଭୁବନେଶ୍ୱର, ବାଲେଶ୍ୱର, ଭଦ୍ରକ ସମେତ ଏକକାଳୀନ ୧୦ଟି ସ୍ଥାନରେ ରେଡ଼୍ ଜାରି ରହିଛି । ଏହି ଚଢାଉରେ ଜଣେ ଅତିରିକ୍ତ ଏସ୍ପି, ୫ଜଣ ଡିଏସ୍ପି ଏବଂ ୭ଜଣ ଇନ୍ସପେକ୍ଟର ସାମିଲ ଅଛନ୍ତି । ତେବେ ବର୍ତ୍ତମାନ ସୁଦ୍ଧା କେତେ ପରିମାଣର ସମ୍ପତ୍ତି ଜବତ ହୋଇଛି । ସେନେଇ କିଛି ବିସୃତ ତଥ୍ୟ ମିଳିନାହିଁ ।






More Stories
ଓଡ଼ିଶାରେ SIR ସ୍ଥଗିତ…..
କଟକରେ ଗାଡି ଜଳିବା ଘଟଣା :ନିଆଁ ଲଗାଇଥିଲେ ମହିଳା…..
ଜିଲ୍ଲା ସଭାପତିଙ୍କ ନାମ ଘୋଷଣା କଲା କଂଗ୍ରେସ…..