ରିପୋର୍ଟ କାର୍ଡ / ବ୍ରହ୍ମପୁର
ଭିଜିଲାନ୍ସ ଜାଲରେ ଆଉ ଜଣେ ସରକାରୀ ବାବୁ। ଓଡ଼ିଶା ପୋଲିସ ହାଉସିଂ ୱେଲଫର୍ କର୍ପୋରେସନ୍(OPHWC) ବ୍ରହ୍ମପୁର ଡିଭିଜନ୍ର ଡେପୁଟି ଜେନେରାଲ୍ ମ୍ୟାନେଜର୍ ସୁବାଷ ଚନ୍ଦ୍ର ପଣ୍ଡା ଘରେ ଆଜି ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଛି। ସୁବାଷଙ୍କ ଭୁବନେଶ୍ୱର ଓ ବ୍ରହ୍ମପୁର ସମେତ ଏକକାଳୀନ ୪ଟି ସ୍ଥାନରେ ଚଢ଼ାଉ କରାଯାଇଛି। ସୁବାଷଙ୍କ ଭୁବନେଶ୍ୱର ଆଇଗିଣିଆରେ ଥିବା ଘର , ମଞ୍ଚେଶ୍ୱର ଥିବା ଘର, ବ୍ରହ୍ମପୁର ଖାରବେଳ ନଗରରେ ଥିବା ଭଡ଼ା ଘର ଓ ବ୍ରହ୍ମପୁର ଅଫିସରେ ଚଢ଼ାଉ କରିଛି ଭିଜିଲାନ୍ସ। ସୁବାଷ ଆୟ ବର୍ହିଭୂତ ସମ୍ପତ୍ତି ଠୁଳ କରିଥିବା ଅଭିଯୋଗ ହୋଇଥିଲା। ଭିଜିଲାନ୍ସ ଘଟଣାର ତଦନ୍ତ କରି ଆଜି ତାଙ୍କ ଘରେ ଚଢ଼ାଉ କରିଛି। ଏହି ଚଢ଼ାଉରେ ୫ ଜଣ ଡିଏପି, ୭ ଜଣ ଇନ୍ସପେକ୍ଟର ଓ ଅନ୍ୟ ଭିଜିଲାନ୍ସ କର୍ମକାରୀ ସାମିଲ ହୋଇଛନ୍ତି।






More Stories
ଏମିତି ବଜେଟ୍ କେବେ ଦେଖିନି……
ବିଜେଡିରୁ ନିଲମ୍ବନ ହେଲେ ଶଶୀ…..
ରାଷ୍ଟ୍ରପତିଙ୍କ ଗସ୍ତ:ସୁରକ୍ଷା ବ୍ୟବସ୍ଥାକୁ ନେଇ ପ୍ରସ୍ତୁତି ଆରମ୍ଭ…..