ରିପୋର୍ଟ କାର୍ଡ / ଭୁବନେଶ୍ୱର
ଚିଫ୍ ଆକାଉଣ୍ଟ ଅଫିସରଙ୍କ ଘରେ ଭିଜିଲାନ୍ସ ରେଡ଼ ହଉଛି। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ OSRTC ଚିଫ୍ ଆକାଉଣ୍ଟ ଅଫିସର ବିଜୟ ମଙ୍ଗରାଜଙ୍କ ଘରେ ଆଜି ଭିଜିଲାନ୍ସ ଚଢ଼ାଉ କରିଛି। ଭୁବନେଶ୍ୱରର ୬ଟି ଓ ବାରିପଦାର ଗୋଟିଏ ସ୍ଥାନରେ ଚଢ଼ାଉ କରାଯାଇଛି। ଭୁବନେଶ୍ୱର ଭିଜିଲାନ୍ସ ସ୍ପେଶାଲ ଜଜଙ୍କ ସର୍ଚ୍ଚ ୱାରେଣ୍ଟ ବଳରେ ଏହି ଚଢ଼ାଉ କରାଯାଇଛି। ଭୁବନେଶ୍ୱର ନନ୍ଦନ ବିହାର ସ୍ଥିତ ଆପାର୍ଟମେଣ୍ଟରେ ଥିବା ଫ୍ଲାଟ, ପଳାଶୁଣୀରେ ଥିବା ଦୁଇଟି ଦୁଇମହଲା କୋଠା,ବାରିପଦା ଷ୍ଟେସନ ରୋଡରେ ଥିବା ଘର, ଭୁବନେଶ୍ୱର OSRTC ଅଫିସ ଚ୍ୟାମ୍ବର, ଖାରବେଳ ଭବନରେ ଥିବା କାର୍ଯ୍ୟାଳୟ, ଭୁବନେଶ୍ୱର IDCO ଟାୱାରରେ ଥିବା ଅଫିସରେ ଚଢ଼ାଉ କରାଯାଇଛି।






More Stories
ଝଡ଼ ବର୍ଷା:୮ ଜିଲ୍ଲାକୁ ୟେଲୋ ଓ୍ବାର୍ନିଂ…..
ବିଜେଡିରେ ମିଶିଲେ ରଘୁନାଥ ମହାନ୍ତି-ଜୀବନ ପ୍ରଦୀପ….
୨ରୁ ଯୁକ୍ତ ଦୁଇ ଖାତାଦେଖା…..