ରିପୋର୍ଟ କାର୍ଡ / ଯାଜପୁର
ଯାଜପୁର ଜିଲ୍ଲା ସୁକିନ୍ଦା ଥାନାରେ କାର୍ଯ୍ୟରତ ଜଣେ ପୋଲିସ ଏସ୍ଆଇଙ୍କୁ ଭିଜିଲାନ୍ସ ଉଠାଇନେଇଛି। ୪ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ଟିମ୍ ଏସ୍ଆଇଙ୍କୁ କାବୁ କରି ନେଇଥିଲା। ମିଳିଥିବା ସୂଚନା ମୁତାବକ, ସ୍ବାମୀ ସ୍ତ୍ରୀ ବିବାଦର ସମାଧାନ କରିବାକୁ କହି ପୋଲିସ ଏସ୍ଆଇ ଜଣକ ଲାଞ୍ଚ ମାଗିଥିଲେ। ଏନେଇ ଅଭିଯୋଗକାରୀ ଜଣକ ଭିଜିଲାନ୍ସ ନିକଟରେ ଅଭିଯୋଗ କରିଥିଲେ। ଅଭିଯୋଗକୁ ଭିତ୍ତିକରି ଭିଜିଲାନ୍ସର ଏକ ଟିମ୍ ଯୋଜନା ପ୍ରସ୍ତୁତ କରିଥିଲା। ଯୋଜନା ମୁତାବକ, ନୀଳାଚଳ ଇସ୍ପାତ କାରଖାନା ଆଗରେ ପୋଲିସ ଏସ୍ଆଇ ଜଣକ ୪ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ଟିମ୍ ମାଡ଼ି ବସିଥିଲେ। ଭିଜିଲାନ୍ସ ଅଧିକାରୀମାନେ ଲାଞ୍ଚଟଙ୍କା ଜବତ କରିବା ସହ ପୋଲିସ ଏସ୍ଆଇଙ୍କୁ ଭିଜିଲାନ୍ସ କାର୍ଯ୍ୟାଳୟକୁ ନେଇ ଅଧିକ ପଚରାଉଚରା କରିବା ସହ ଅଧିକ ତଦନ୍ତ ଆରମ୍ଭ କରିଛି।






More Stories
ଫେବୃଆରୀ ୧୯ରୁ ମାଟ୍ରିକ୍ ପରୀକ୍ଷା…..
ବିଧାୟକଙ୍କୁ ହତ୍ୟା ଧମକ…..
ଏସ୍ଆଇ ପରୀକ୍ଷା ଜାଲିଆତି: ମାଷ୍ଟରମାଇଣ୍ଡ ଗିରଫ……