ରିପୋର୍ଟ କାର୍ଡ / ଭୁବନେଶ୍ୱର
ନିର୍ବାଚନ ପାଇଁ ତାରିଖ ଘୋଷଣା ହୋଇସାରିଥିବାବେଳେ ପ୍ରଦେଶ କଂଗ୍ରେସ କମିଟି(ପିସିସି) ପ୍ରଚାର କମିଟି ଅଧ୍ୟକ୍ଷ ପଦରୁ ବିଜୟ ପଟ୍ଟନାୟକଙ୍କୁ ଅଚାନକ ହଟାଇ ଦିଆଯାଇଛି। ତାଙ୍କ ସ୍ଥାନରେ ଦଳର ବରିଷ୍ଠ ନେତା ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ଭକ୍ତଚରଣ ଦାସ ପିସିସି ପ୍ରଚାର କମିଟି ଅଧ୍ୟକ୍ଷ ଭାବେ ନିଯୁକ୍ତି ପାଇଛନ୍ତି। ଏଆଇସିସି ସାଧାରଣ ସମ୍ପାଦକ କେସି ବେଣୁଗୋପାଳଙ୍କ ଦ୍ୱାରା ଜାରି ଏକ ପ୍ରେସ୍ ରିଲିଜ୍ ଅନୁସାରେ ପିସିସି ପ୍ରଚାର କମିଟି ଅଧ୍ୟକ୍ଷ ଭାବେ ଭକ୍ତଚରଣ ଦାସ କାର୍ଯ୍ୟ କରିବେ । ବିଜୟ ପଟ୍ଟନାୟକ ପିସିସି ପ୍ରଚାର କମିଟି ଅଧ୍ୟକ୍ଷ ପରିବର୍ତ୍ତେ ନିର୍ବାଚନ ସମନ୍ୱୟ କମିଟି ଅଧ୍ୟକ୍ଷ ଦାୟିତ୍ୱ ତୁଲାଇବେ ।






More Stories
୧ରୁ ସୁଭଦ୍ରା ନୂଆ ଆବେଦନ…..
ଦିଲ୍ଲୀ ଗଲେ ମୁଖ୍ୟମନ୍ତ୍ରୀ….
ସରିଲା ଯୁକ୍ତ ୨ ପରୀକ୍ଷା:୪୫ ଦିନ ଭିତରେ ରେଜଲ୍ଟ…..