Report Card Odisha

| Daily Odia News

ବିକ୍ରମ ଓ ପିଣ୍ଟୁ ସବୁ ଷଡଯନ୍ତ୍ର କରାଇଥିଲେ :ଏସପି……

ରିପୋର୍ଟ କାର୍ଡ / ବ୍ରହ୍ମପୁର

ଆଇନଜୀବୀ ତଥା ବିଜେପି ନେତା ପିତବାସ ପଣ୍ଡା ହତ୍ୟା ମାମଲାର ପୁରା ଖୁଲାସା କରିଛନ୍ତି ବ୍ରହ୍ମପୁର ଏସପି ଶ୍ରବଣା ବିବେକ ଏମ୍‌ । ଏସପି କହିଛନ୍ତି ଯେ ସାର୍ପ ସୁଟର ୧୦ଲକ୍ଷ ଟଙ୍କା ଅଗ୍ରୀମ ନେଇଥିଲେ । ହତ୍ୟାକାଣ୍ଡ ଦିନ ଚିଣ୍ଟୁ ପ୍ରଧାନ ଗାଡି ଚଳାଇଥିଲେ, କୁରୁପତି ଭୂୟାଁ ଗୁଳି ଚଳାଇଥିଲେ । ପୂର୍ବତନ ବିଧାୟକ ବିକ୍ରମ ପଣ୍ଡା ଓ ପିଣ୍ଟୁ ଦାସ ସବୁ ଷଡଯନ୍ତ୍ର କରାଇଥିଲେ । ମଳୟ ବିଷୋୟୀ ଓ ମଦନ ଦଳେଇ ଜରିଆରେ ଷଡଯନ୍ତ୍ର କରିଥିଲେ ବିକ୍ରମ ପଣ୍ଡା । ପିଣ୍ଟୁ ଦାସଙ୍କ ନାଁରେ ୩୮ଟି ମାମଲା ରହିଥିବା ଏସପି ସୂଚନା ଦେଇଛନ୍ତି । ବିକ୍ରମ ପଣ୍ଡାଙ୍କ ନାଁରେ ଅପରାଧିକ ଷଡଯନ୍ତ୍ର ପ୍ରମାଣ ମିଳିଛି । ବର୍ତ୍ତମାନ ସୁଦ୍ଧା ୧୨ଜଣଙ୍କୁ ଗିରଫ କରାଯାଇଥିବା ବେଳେ ଆଉ ୩ଜଣ ଫେରାର ଅଛନ୍ତି । ଖୁବଶୀଘ୍ର ସେମାନଙ୍କୁ ଗିରଫ କରାଯିବ ।

Breaking News