ରିପୋର୍ଟ କାର୍ଡ / ପୁରୀ
ପୁରୀ ଶ୍ରୀମନ୍ଦିରର ମୁଖ୍ୟ ପ୍ରଶାସକ ହେଲେ ବରିଷ୍ଠ ଆଇଏଏସ୍ ଅଫିସର ବୀର ବିକ୍ରମ ଯାଦବ। ଶନିବାର ରାତିରେ ଏନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ସାମ୍ବାଦିକ ସମ୍ମିଳନୀ କରି ସୂଚନା ଦିଆଯାଇଛି । ୧୯୯୬ ବ୍ୟାଚର ବରିଷ୍ଠ ଆଇଏଏସ୍ ଅଫିସର ଯାଦବ ବର୍ତ୍ତମାନ ରାଜ୍ୟ ସରକାରଙ୍କ ଖାଦ୍ୟ ଓ ଯୋଗାଣ ବିଭାଗର ପ୍ରମୁଖ ସଚିବ ଦାୟିତ୍ୱରେ ଅଛନ୍ତି | ଏହାଛଡ଼ା ପବ୍ଲିକ ଏଣ୍ଟରପ୍ରାଇଜେସ୍ ବିଭାଗର ଅତିରିକ୍ତ ମୁଖ୍ୟ ସଚିବ ଭାବେ ନିକୁଞ୍ଜ କିଶୋର ସୁନ୍ଦରରାୟଙ୍କୁ ଦାୟିତ୍ୱ ମିଳିଛି। କେନ୍ଦ୍ରୀୟ ଡେପୁଟେସନରୁ ଫେରିବାପରେ ମୋନା ଶର୍ମାଙ୍କ ବଦଳରେ ତାଙ୍କୁ ଏହି ନିଯୁକ୍ତି ମିଳିଛି। ଶୁଭମ ସକ୍କେନାଙ୍କୁ ରାଜ୍ୟ ଯୋଗାଣ ନିଗମର ପରିଚାଳନା ନିର୍ଦ୍ଦେଶକ ଭାବେ ନିଯୁକ୍ତି ଦିଆଯାଇଥିବା ବେଳେ ଲଘୁ ଖଣିଜ ବିଭାଗର ନିର୍ଦ୍ଦେଶକ ଭାବେ ମଧ୍ୟ ସେ ଅତିରିକ୍ତ ଦାୟିତ୍ୱ ତୁଳାଇବେ ବୋଲି ଜଣାପଡ଼ିଛି।






More Stories
ଘୂର୍ଣ୍ଣିଝଡ଼ ସମ୍ଭାବନା କମ୍….
ଏସିଆନ୍ ଗେମ୍ସ: ଭାରତକୁ ୬ ସ୍ୱର୍ଣ୍ଣ, ୫ମ ସ୍ଥାନରେ ଭାରତ…..
ବିଧାନସଭା ପରିସରରେ ଗାନ୍ଧୀ ଜୟନ୍ତୀ ପାଳିତ…..