ରିପୋର୍ଟ କାର୍ଡ / ପୁରୀ
ବରିଷ୍ଠ ଆଇଏଏସ୍ ବୀର ବିକ୍ରମ ଯାଦବ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଭାବେ ନିଯୁକ୍ତ ହୋଇଛନ୍ତି । ରାଜ୍ୟ ସରକାରଙ୍କ ପକ୍ଷରୁ ଏନେଇ ବିଜ୍ଞପ୍ତି ପ୍ରକାଶ ପାଇଛି। ୧୯୯୬ ବ୍ୟାଚର ଆଇଏଏସ୍ ଅଫିସର ହେଉଛନ୍ତି ବୀର ବିକ୍ରମ ଯାଦବ। ବର୍ତ୍ତମାନ ସେ ପୂର୍ତ୍ତ ବିଭାଗର ପ୍ରମୁଖ ସଚିବ ଅଛନ୍ତି। ପୂର୍ବରୁ ମଧ୍ୟ ଭି.ଭି.ଯାଦବ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଭାବେ ନିଯୁକ୍ତି ପାଇଥିଲେ। ପରେ ପୂର୍ଣ୍ଣକାଳୀନ ଭାବେ ଆଇଏଏସ୍ ରଞ୍ଜନ ଦାସଙ୍କୁ ମୁଖ୍ୟ ପ୍ରଶାସକ ଭାବେ ନିଯୁକ୍ତି ଦେଇଥିଲେ ରାଜ୍ୟ ସରକାର। ତାଙ୍କ ବଦଳି ପରେ ଅତିରିକ୍ତ ମୁଖ୍ୟ ପ୍ରଶାସକ ଭାବେ ଦାୟିତ୍ୱ ସମ୍ଭାଳୁଥିଲେ ସମର୍ଥ ବର୍ମା। ଏବେ ପୁଣି ଥରେ ଭି.ଭି.ଯାଦବ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଭାବେ ନିଯୁକ୍ତ ହୋଇଛନ୍ତି।






More Stories
ଆଜି ଚତୁର୍ଦ୍ଧାମୂର୍ତ୍ତିଙ୍କ ଆଡପ ମଣ୍ଡପ ବିଜେ…..
ଓଡିଶା ଆସିବେ ରାଷ୍ଟ୍ରପତି !…..
ଦୁର୍ବଳ ହେବ ଲଘୁଚାପ:ଏହି ଜିଲ୍ଲାକୁ ୟେଲୋ ଓ୍ବାର୍ନିଂ…..