ରିପୋର୍ଟ କାର୍ଡ / ଭୁବନେଶ୍ୱର
ଓଡ଼ିଶାରେ ଚାରୋଟି ପର୍ଯ୍ୟାୟରେ ସାଧାରଣ ନିର୍ବାଚନ ହେବ । ଏହି ଚାରୋଟି ପର୍ଯ୍ୟାୟ ନିର୍ବାଚନ ସମୟରେ ବ୍ୟାଙ୍କ ଓ ବ୍ୟାଙ୍କିଂ ସେକ୍ଟର, ସରକାରୀ ଅଫିସ୍ ଓ କୋର୍ଟ ବନ୍ଦ ରହିବ । ଏନେଇ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ନିର୍ଦ୍ଦେଶାନାମା ଜାରି ହୋଇଛି । ଆସନ୍ତା ମେ ୧୩ରେ କଳାହାଣ୍ଡି, ନବରଙ୍ଗପୁର, ବ୍ରହ୍ମପୁର ଓ କୋରାପୁଟରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ହେବ । ମେ ୨୦ରେ ବରଗଡ଼, ସୁନ୍ଦରଗଡ଼, ବଲାଙ୍ଗିର, କନ୍ଧମାଳ ଏବଂ ଆସ୍କା, ମେ ୨୫ ତୃତୀୟ ପର୍ଯ୍ୟାୟରେ ସମ୍ବଲପୁର, କେନ୍ଦୁଝର, ଢେଙ୍କାନାଳ, କଟକ, ପୁରୀ, ଭୁବନେଶ୍ୱର ଏବଂ ଜୁନ୍ ୧ ଚତୁର୍ଥ ପର୍ଯ୍ୟାୟରେ ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା ଓ ଜଗତସିଂହପୁରରେ ନିର୍ବାଚନ ହେବ । ବିଭିନ୍ନ ପର୍ଯ୍ୟାୟରେ ଯେଉଁ ଯେଉଁ ସ୍ଥାନରେ ମତଦାନ ହେବ ସେହି ସ୍ଥାନରେ ଥିବା ବ୍ୟାଙ୍କ ବନ୍ଦ ରହିବ।






More Stories
୩୦ ସୁଦ୍ଧା ଚୂଡ଼ାନ୍ତ ପଞ୍ଚାୟତ ନିର୍ବାଚନ ସଂରକ୍ଷଣ ତାଲିକା…..
ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ସାଂସଦ ଅପରାଜିତା…..
ଆଜି ରାଜ୍ୟ କ୍ୟାବିନେଟ ବୈଠକ….