Report Card Odisha

| Daily Odia News

ଉପରାଷ୍ଟ୍ରପତି ନିର୍ବାଚନ ଭୋଟିଂ ଆରମ୍ଭ: ପ୍ରଥମ ଭୋଟ୍‍ ଦେଲେ ପ୍ରଧାନମନ୍ତ୍ରୀ…..

ରିପୋର୍ଟ କାର୍ଡ / ନୂଆଦିଲ୍ଲୀ

ଉପରାଷ୍ଟ୍ରପତି ନିର୍ବାଚନ ପାଇଁ ଭୋଟଗ୍ରହଣ ଆରମ୍ଭ ହୋଇଛି । ଅପରାହ୍ନ ୫ଟା ପର୍ଯ୍ୟନ୍ତ ହେବ ଭୋଟ ଗ୍ରହଣ କରାଯିବ । ଗୋପନ ବାଲଟରେ ଭୋଟ୍‍ ଦେଉଛନ୍ତି ସାଂସଦ । ସଂସଦ ଭବନରେ ପ୍ରଥମେ ଭୋଟ ଦେଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ସନ୍ଧ୍ୟା ୬ଟାରେ ଭୋଟ୍‍ ଗଣତି ପରେ ଫଳାଫଳ ଘୋଷଣା କରାଯିବ । ଏନଡିଏର ପୋଲିଂ ଏଜେଣ୍ଟ କିରଣ ରିଜିଜୁ, ଶ୍ରୀକାନ୍ତ ସିନ୍ଦେ ଓ ରାମମୋହନ ନାଇଡୁ ରହିଛନ୍ତି । ଇଣ୍ଡିମେଣ୍ଟର ପୋଲିଂ ଏଜେଣ୍ଟ ନାସିର୍‍ ହୁସେନ୍‍, ମାଣିକମ୍‍ ଟାଗୋର ଓ ଶକ୍ତି ସିଂହ ଗୋହିଲ୍‍ । ଉପରାଷ୍ଟ୍ରପତି ପଦ ପାଇଁ ଏନଡିଏ ଓ ଇଣ୍ଟି ମେଣ୍ଟ ମଧ୍ୟରେ ସିଧାସଳଖ ଟକ୍କର ହେଉଛି । ଏନଡିଏରୁ ମହାରାଷ୍ଟ୍ର ରାଜ୍ୟପାଳ ସି.ପି ରାଧାକୃଷ୍ଣନ ପ୍ରାର୍ଥୀ ହୋଇଥିବା ବେଳେ ଇଣ୍ଡିମେଣ୍ଟର ପ୍ରାର୍ଥୀ ଅବସରପ୍ରାପ୍ତ ବିଚାରପତି ବି.ସୁଦର୍ଶନ ରେଡ୍ଡୀଙ୍କ ମଧ୍ୟରେ ସିଧାସଳଖ ଫାଇଟ୍‍ ହେଉଛି । ଉଭୟ ଲୋକସଭା ଓ ରାଜ୍ୟସଭାର ସାଂସଦମାନେ ଭୋଟ୍‍ ଦେଉଛନ୍ତି । ଉପରାଷ୍ଟ୍ରପତି ନିର୍ବାଚନ ଜିତିବା ପାଇଁ ୩୮୬ସଭ୍ୟଙ୍କ ସମର୍ଥନ ଆବଶ୍ୟକ ।

Breaking News