ରିପୋର୍ଟ କାର୍ଡ / ନୂଆପଡା
ନୂଆପଡ଼ା ବିଧାନସଭା ଉପନିର୍ବାଚନ ଲାଗି ମଙ୍ଗଳବାର ସକାଳେ ମତଦାନ ଆରମ୍ଭ ହେବ। ଏହି ନିର୍ବାଚନମଣ୍ଡଳୀରେ ମୋଟ ୩୫୮ଟି ବୁଥ ରହିଥିବାବେଳେ ସେଥିମଧ୍ୟରୁ ୧୦୧ ଗୁରୁତ୍ୱପୂର୍ଣ୍ଣ ବୁଥ୍। ଏହି ୧୦୧ ବୁଥ୍ ମଧ୍ୟରୁ ୪୭ ମାଓବାଦୀ ପ୍ରଭାବିତ ଅଞ୍ଚଳରେ, ୫୪ଟି ଆଇନଶୃଙ୍ଖଳା ପ୍ରଭାବିତ ଅଞ୍ଚଳରେ ରହିଛି। ମାଓବାଦୀ ପ୍ରଭାବିତ ଅଞ୍ଚଳରେ ଥିବା ବୁଥ୍ ମଧ୍ୟରୁ ୮ଟି ଦୁର୍ଗମ ପାହାଡ଼ ଅଞ୍ଚଳରେ ରହିଛି। ସେଗୁଡ଼ିକ ହେଲା, ୩୨୦ ସୋସେଙ୍ଗ, ୩୨୧ ସୋସେଙ୍ଗ-୨, ୩୨୨ ଦେଓସିଲ, ୩୨୪ ସୁନାବେଡ଼ା-୧, ୩୨୫ ସୁନାବେଡ଼ା-୧(କ), ୩୨୬ ଜାମଗାଁ, ୩୨୭ ଗତିବେଡା ଓ ୩୨୮ ଗତିବେଡା-୨। ଏହିସବୁ ଭୋଟ କେନ୍ଦ୍ରକୁ ପୋଲିଂ ପାର୍ଟି ହେଲିକପ୍ଟର ଯୋଗେ ଯାଇ ଭୋଟ ଗ୍ରହଣ କରିବେ। ୮ଟି ବୁଥ ପାଇଁ ୪୮ ଜଣ ପୋଲିଂପାର୍ଟି ଯିବେ। ସେଠାରେ ସକାଳ ୭ଟାରୁ ମତଦାନ ଆରମ୍ଭ ହୋଇ ଅପରାହ୍ନ ୪ଟା ପର୍ଯ୍ୟନ୍ତ ଚାଲିବ। ଅନ୍ୟ ସାଧାରଣ ଭୋଟ ଗ୍ରହଣ କେନ୍ଦ୍ରଗୁଡ଼ିକରେ ଅପରାହ୍ନ ୫ଟା ପର୍ଯ୍ୟନ୍ତ ଭୋଟଗ୍ରହଣ ଚାଲିବ।






More Stories
ଆସୁଛି ଲଘୁଚାପ…..
ସୈାମ୍ୟରଞ୍ଜନ ମୃତ୍ୟୁ ଘଟଣା;ଗିରଫ ସଂଖ୍ୟା ୧୧କୁ ବୃଦ୍ଧି….
ବିଜେପିର ଶପଥ ଗ୍ରହଣ ଉତ୍ସବ:ଦୁର୍ଗା ମୂର୍ତ୍ତିରୁ ମଞ୍ଚ ଉପରେ ଝାଲମୁଢି ପର୍ଯ୍ୟନ୍ତ….