ରିପୋର୍ଟ କାର୍ଡ / ଭୁବନେଶ୍ୱର
ପଶ୍ଚିମ ଓଡ଼ିଶାରେ ସର୍ବାଧିକ ତାପମାତ୍ରା ବୃଦ୍ଧି ପାଇବାରେ ଲାଗିଛି। ଟିଟିଲାଗଡ଼ରେ ପାରଦ ୪୧.୮ଡିଗ୍ରୀ ଛୁଇଁଛି। ଯାହାକି ଚଳିତ ବର୍ଷର ଅଦ୍ୟାବଧି ସର୍ବାଧିକ ତାପମାତ୍ରା ରେକର୍ଡ ହୋଇଛି। ଆସନ୍ତା ୨୪ଘଣ୍ଟା ମଧ୍ୟରେ ମୟୂରଭଞ୍ଜ, କେନ୍ଦୁଝର, ଭଦ୍ରକ ଏବଂ ବାଲେଶ୍ବର ଜିଲ୍ଲାକୁ କାଳବୈଶାଖୀ ଜନିତ ବଜ୍ରପାତ ସହିତ ଝଡ଼ବର୍ଷାର ସମ୍ଭାବନା ରହିଛି। ଉପରୋକ୍ତ ଜିଲ୍ଲାଗୁଡ଼ିକୁ ମଧ୍ୟରୁ କିଛି ଅଞ୍ଚଳରେ ଘଣ୍ଟାପ୍ରତି ୪୦ରୁ ୫୦କି.ମି. ବେଗରେ ପବନ ବହିବାର ସମ୍ଭାବନା ରହିଛି। ଏହିସବୁ ଜିଲ୍ଲାକୁ ପାଣିପାଗ ବିଭାଗ ପକ୍ଷରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ଏଥିସହିତ ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋରଧା, ନୟାଗଡ଼, ଗଞ୍ଜାମ, ଗଜପତି, ଢେଙ୍କାନାଳ, ସୁନ୍ଦରଗଡ଼, କଳାହାଣ୍ଡି, ନବରଙ୍ଗପୁର, କନ୍ଧମାଳ, କୋରାପୁଟ, ମାଲକାନଗିରି, ରାୟଗଡା ଜିଲ୍ଲାକୁ କାଳବୈଶାଖୀ ପ୍ରଭାବ ପାଇଁ ସତର୍କ ସୂଚନା ଜାରି କରାଯାଇଛି।






More Stories
ପ୍ରବଳ ବର୍ଷାର ସମ୍ଭାବନା…..
ଆଉ ଜଣେ IPS ଦେଲେ ଇସ୍ତଫା…..
କ୍ରାଇମ ବ୍ରାଞ୍ଚରେ ଏଫ୍ଆଇଆର୍ ହେବ:ମୁଖ୍ୟମନ୍ତ୍ରୀ…..