ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଘଡଘଡି ସହ ବର୍ଷା ସମ୍ଭାବନା । ରାଜ୍ୟର ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । କୋରାପୁଟ, ରାୟଗଡ଼ା, ଗଜପତି , ଗଞ୍ଜାମ, କନ୍ଧମାଳ, ନବରଙ୍ଗପୁର, କଳାହାଣ୍ଡି, କେଉଁଝର ଲୋକସଭା ଓ ମୟୂରଭଞ୍ଜ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପଡିପାରେ ପ୍ରଭାବ । ସେପଟେ ପୁଣିଥରେ ପଶ୍ଚିମା ଝଡ଼ ସକ୍ରିୟ ହେବ । ଏହାର ପ୍ରଭାବ ରାଜ୍ୟରେ ପଡିବ । ଆଗାମୀ ୪ ଦିନ ଯାଏ ରାଜ୍ୟରେ ବର୍ଷା ହେବ ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ଗୁରୁବାର କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ଼, କୋରାପୁଟ, ମାଲକାନଗିରି ଓ ବାଲେଶ୍ୱର ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି । ୨୪ରେ ନବରଙ୍ଗପୁର, ନୂଆପଡ଼ା ଓ ବରଗଡ଼ରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ । ୨୫ରେ ସୁନ୍ଦରଗଡ଼, ବରଗଡ଼, ଝାରସୁଗୁଡ଼ା, ନୂଆପଡ଼ା, ବଲାଙ୍ଗୀର, ନବରଙ୍ଗପୁର ଓ ମୟୂରଭଞ୍ଜରେ ବର୍ଷା ସମ୍ଭାବନା ଥିବା ପାଣିପାଗ କେନ୍ଦ୍ର ଆକଳନ କରିଛି । ୨୬ରେ ମଧ୍ୟ କିଛି ସ୍ଥାନରେ ବର୍ଷା ହୋଇପାରେ ।






More Stories
ଅପରାହ୍ନ ୪ଟା ପର୍ଯ୍ୟନ୍ତ ଗୃହ ମୁଲତବୀ…..
ବାଛୁରୀ ପାଟିରେ ଫୁଟିଛି ବାରୁଦ…..
ବଜେଟ ଅଧିବେଶନର ଦ୍ୱିତୀୟ ଦିନ: ଉଠିବ ଚାଷୀ ପ୍ରସଙ୍ଗ…..