ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆଜି ଓ ଆସନ୍ତାକାଲି ରାଜ୍ୟର କିଛି ସ୍ଥାନରେ ବର୍ଷା ହେବାର ସମ୍ଭାବନାରହିଛି | ଏନେଇ ପାଣିପାଗ ବିଭାଗ ପୂର୍ବରୁ ଆକଳନ କରିଥିବା ବେଳେ ଆଜି ୩ ଘଣ୍ଟା ପାଇଁ ୪ଟି ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ସକାଳ ୯ଟା ୪୦ ମିନିଟ୍ରେ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତ୍ତର୍କ ସୂଚନା ଜାରି କରାଯାଇଛି। ଏଥିରେ କୁହାଯାଇଛି, ଆଗାମୀ ୩ ଘଣ୍ଟାରେ ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାର କିଛି ସ୍ଥାନରେ ବିଜୁଳି, ଘଡ଼ଘଡ଼ି ସହିତ ହାଲ୍କାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ପାଗକୁ ଦେଖି ଲୋକମାନେ ସୁରକ୍ଷିତ ସ୍ଥାନରେ ରହିବାକୁ ପାଣିପାଗ ବିଭାଗ ପକ୍ଷରୁ ପରାମର୍ଶ ଦିଆଯାଇଛି।






More Stories
୩୦ ସୁଦ୍ଧା ଚୂଡ଼ାନ୍ତ ପଞ୍ଚାୟତ ନିର୍ବାଚନ ସଂରକ୍ଷଣ ତାଲିକା…..
ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ସାଂସଦ ଅପରାଜିତା…..
ଆଜି ରାଜ୍ୟ କ୍ୟାବିନେଟ ବୈଠକ….