ରିପୋର୍ଟ କାର୍ଡ / ଭୁବନେଶ୍ୱର
ବଙ୍ଗୋପସାଗରରେ ସୃଷ୍ଟି ଅବପାତ ଗଭୀର ଅବପାତରେ ପରିଣତ ହୋଇଛି। ଘଣ୍ଟା ପ୍ରତି ୨୫ କିଲୋମିଟର ବେଗରେ ଉତ୍ତର ଏବଂ ଉତ୍ତର ପଶ୍ଚିମ ଦିଗକୁ ଗତି କରୁଛି। ବାଂଲାଦେଶ ଖେପୁପଡ଼ା ପାଖାପାଖି ଉପକୂଳ ଛୁଇଁବା ପରେ ଏହା ପଶ୍ଚିମ-ଉତ୍ତରପଶ୍ଚିମ ମୁହାଁ ହୋଇ ଗାଙ୍ଗେୟ ଉପତ୍ୟକା ଆଡ଼କୁ ଯିବ। ଏହାର ପ୍ରଭାବରେ ରାଜ୍ୟର ଅଧିକାଂଶ ଜିଲ୍ଲାରେ ବର୍ଷା ଜାରି ରହିଛି। ଆଜି ସନ୍ଧ୍ୟା ସୁଦ୍ଧା ତାହା ଉପକୂଳ ଅତିକ୍ରମ କରି ଅବପାତରେ ପରିଣତ ହେବ । ଏହାପରେ ଦୁର୍ବଳ ହୋଇ ଧୀରେ ଧୀରେ ଝାଡ଼ଖଣ୍ଡମୁହାଁ ହେବ । ଏହା ପ୍ରଭାବରେ ରାଜ୍ୟର ଅଧିକାଂଶ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ । ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ସମ୍ବଲପୁର, ଝାରସୁଗୁଡ଼ା, ବରଗଡ଼ ଏବଂ ସୁନ୍ଦରଗଡ଼ ଆଦି ୪ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଜାରି ହୋଇଛିା ଦେବଗଡ଼, ଅନୁଗୋଳ, କେନ୍ଦୁଝର, ସୋନପୁର, ବୌଦ୍ଧ, ବଲାଙ୍ଗିର, ନୂଆପଡ଼ା, କଳାହାଣ୍ଡି ଓ କନ୍ଧମାଳ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ଉପକୂଳବର୍ତ୍ତୀ ଜିଲ୍ଲା ବାଲେଶ୍ୱର, ଢେଙ୍କାନାଳ, କଟକ, ମୟୂରଭଞ୍ଜ, ଯାଜପୁର ଓ ଭଦ୍ରକ ଜିଲ୍ଲା ସମେତ ନବରଙ୍ଗପୁର ଓ ନୟାଗଡ଼କୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଆସନ୍ତାକାଲି ସକାଳ ସୁଦ୍ଧା ମତ୍ସ୍ୟଜୀବୀଙ୍କୁ ସମୁଦ୍ରକୁ ଯିବାକୁ ମନା କରାଯାଇଛି। କାରଣ ଏହି ସମୟରେ ସମୁଦ୍ର ଅଶାନ୍ତ ରହିବ । ସମୁଦ୍ରରେ ୫୫ରୁ ୭୫ କିମି ବେଗରେ ପବନ ବହିବାର ସମ୍ଭାବନା ରହିଛି। ଏହି ସମୟ ମଧ୍ୟରେ ରାଜ୍ୟର କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ଜିଲ୍ଲାପାଳମାନଙ୍କୁ ପ୍ରସ୍ତୁତ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି।






More Stories
କାଲିଠାରୁ CBSE ଦଶମ-ଦ୍ବାଦଶ ପରୀକ୍ଷା…..
ମୋତେ ନିୟମକାନୁନ ଦେଖାନା…..
ଗୀତା ପଟ୍ଟନାୟକଙ୍କ ଶେଷକୃତ୍ୟ ସମ୍ପନ୍ନ…..