ରିପୋର୍ଟ କାର୍ଡ / ଭୁବନେଶ୍ଵର
ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟରେ ଜାରି ରହିଛି ବର୍ଷା। ଆସନ୍ତା ୩ଦିନ ରାଜ୍ୟରେ ପ୍ରବଳ ବର୍ଷିବ। ଆଜି ଅନେକ ଜିଲ୍ଲାକୁ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। କିଛି ସ୍ଥାନରେ ବିଜୁଳି ଘଡଘଡି ସହ ବର୍ଷା ସମ୍ଭାବନା ରହିଛି। ପ୍ରବଳ ବର୍ଷା ନେଇ ଆଜି ପାଇଁ ୧୫ ଜିଲ୍ଲାକୁ ୟେଲୋ ସତର୍କତା ଜାରି ହୋଇଛି। ଏସବୁ ଜିଲ୍ଲା ଗୁଡିକ ହେଉଛି ଗଜପତି, ଗଞ୍ଜାମ, କଳାହାଣ୍ଡି, କନ୍ଧମାଳ, ରାୟଗଡା, କୋରାପୁଟ, ମାଲକାନଗିରି, ନବରଙ୍ଗପୁର, ନୂଆପଡା, ମୟୁରଭଞ୍ଜ, କେନ୍ଦୁଝର, ବାଲେଶ୍ଵର, ଭଦ୍ରକ ଏବଂ ଯାଜପୁର ଜିଲ୍ଲା । ରାଜ୍ୟର ପ୍ରାୟ ସବୁ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ୭ରୁ ୧୧ ସେଣ୍ଟିମିଟର ଯାଏଁ ବର୍ଷା ହୋଇପାରେ। ଆସନ୍ତା ୩ ଦିନ ଯାଏଁ ରାଜ୍ୟରେ ବର୍ଷା ହେବ। ବିଶେଷ କରି ଆଂଶିକ ଭାବେ ପୂର୍ବ ଓ ପଶ୍ଚିମ ଓଡିଶା ଏବଂ ସମ୍ପୂର୍ଣ୍ଣ ଭାବେ ଦକ୍ଷିଣ ଓଡିଶାରେ ପ୍ରବଳ ବର୍ଷା ନେଇ ସତର୍କ ସୂଚନା ଜାରି କରାଯାଇଛି। ୨୭ ତାରିଖ ପରେ ପାଗରେ ପରିବର୍ତ୍ତନ ହେବାର ସମ୍ଭାବନା ରହିଛି। ତେବେ ଗୁଜୁରାଟ କଚ୍ଛ ଏବଂ ରାଜସ୍ଥାନ ଅଞ୍ଚଳରୁ ମୌସୁମୀ ର ଅପସାରଣ ପ୍ରକ୍ରିୟା ଆରମ୍ଭ ହୋଇଛି।






More Stories
ତେଲ ସ୍ଥିତିକୁ ନେଇ ମୁଖ୍ୟ ଶାସନ ସଚିବଙ୍କ ବଡ଼ ସୂଚନା…..
୨୦ରେ ଯୁକ୍ତ ଦୁଇ ରେଜଲ୍ଟ…..
ଅଳ୍ପକେ ସନ୍ତୁଷ୍ଟ ହୁଅ ନାହିଁ,କାମ କରି ଚାଲନ୍ତୁ……